Advertisment

୫୧ ଘଣ୍ଟାର ନନ୍‌ଷ୍ଟପ୍ ପୁନରୁଦ୍ଧାର କାମ, ଶେଷରେ ଗଡ଼ିଲା ଟ୍ରେନ୍‌...

୫୧ ଘଣ୍ଟାର ନନ୍‌ଷ୍ଟପ୍ ପୁନରୁଦ୍ଧାର କାମ ପରେ ବାଲେଶ୍ୱର ବାହାନଗା ରେଳ ଷ୍ଟେସନରୁ ଗଡ଼ିଲା ଟ୍ରେନ୍। ଉଭୟ ଅପ୍ ଓ ଡାଉନ୍ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odisha Train Accident Live

After Restoration work, train running from Bahanaga

ସରିଲା ମରାମତି, ଗଡ଼ିଲା ଟ୍ରେନ୍‌। ୫୧ ଘଣ୍ଟାର ନନ୍‌ଷ୍ଟପ୍ ପୁନରୁଦ୍ଧାର କାମ ପରେ ବାଲେଶ୍ୱର ବାହାନଗା ରେଳ ଷ୍ଟେସନରୁ ଗଡ଼ିଲା ଟ୍ରେନ୍। ଉଭୟ ଅପ୍ ଓ ଡାଉନ୍ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଉଭୟ ଟ୍ରାକରେ ମାଲ୍‌ବାହୀ ଟ୍ରେନ୍‌ ଚଳାଚଳ କରିଛି । ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ୍ ମରାମତି କାମ ସାରିଥିବାରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାହୀ କର୍ମଚାରୀ ଓ ଶ୍ରମିକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Advertisment

ଅଧିକ ପଢ଼ନ୍ତୁ: NDRF ଓ ODRAF ପହଞ୍ଚିବା ଆଗରୁ ବଢ଼ାଇଥିଲେ ସହାୟତାର ହାତ

ସମସ୍ତଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁ ଏହା ସଫଳ ହୋଇପାରିଲା ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଏତେ ବଡ଼ ଭୟଙ୍କର ଦୁର୍ଘଟଣା ପଛରେ ଯାହାର ବି ହାତ ରହିଛି ତାଙ୍କୁ କଡ଼ା ଦଣ୍ଡ ଦିଆଯିବ ବୋଲି ଭାବବିହ୍ୱଳ କଣ୍ଠରେ କହିଛନ୍ତି ରେଳ ମନ୍ତ୍ରୀ। ସେପଟେ ବାହାନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତ ହେବ। ଏ ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା, ଏଥିପାଇଁ କେଉଁମାନେ ଦାୟୀ, ତା’ର କାରଣ ଜାଣିବାକୁ ଘଟଣାର ସିବିଆଇ ତଦନ୍ତ କରିବାକୁ ରେଲ୍‌ୱେ ବୋର୍ଡ ସୁପାରିସ କରିଛି। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।

ଯେଉଁ ପରିସ୍ଥିତିରେ ଏଭଳି ଏକ ବଡ଼ ଦୁର୍ଘଟଣା ଘଟିଲା ଏବଂ ଦୁର୍ଘଟଣା ପରେ ମିଳିଥିବା ପ୍ରଶାନିକ ସୂଚନାକୁ ଆଧାର କରି ଘଟଣାର ସିବିଆଇ ତଦନ୍ତ ପାଇଁ ରେଲ୍‌ୱେ ବୋର୍ଡ ପକ୍ଷରୁ ସୁପାରିସ କରାଯାଇଥିବା ରେଳମନ୍ତ୍ରୀ କହିଛନ୍ତି। ଗତ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ବାହାନଗା ରେଳ ଦୁର୍ଘଟଣାରେ ୨୭୫ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ୧୧ ଶହ ୭୫ ଜଣ ଆହତ ହୋଇଥିଲେ।

Advertisment
Train Accident
Advertisment
Advertisment