/odishatv-khabar/media/media_files/uploadimage/library/16_9/16_9_0/Horoscope__1699593984-550765.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଦ୍ୱିଜା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।
କୃତିକା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ଜମିବାଡି କୁ ନେଇ ଦ୍ୱନ୍ଦ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ ।
ରୋହିଣୀ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ମୃଗଶିରା- ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଆଦ୍ରା- ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୁନର୍ବସୁ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ଦେହପୀଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।
ପୁଷ୍ୟା- ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ଅଶ୍ଲେଷା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ ।
ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।
ହସ୍ତା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।
ଚିତ୍ରା- ନିଜ ପରିସରରେ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ସ୍ୱାତୀ- ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ନିଜ ଲୋକ ମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।
ବିଶାଖା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ସ୍ୱାସ୍ଥ୍ୟ ଠିକ୍ ରହିବ ଏବଂ କୌଣସି କାମ ଅଟକି ରହିବ ନାହିଁ । ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠା ହୋଇପାରେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ଅନୁରାଧା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ପଡୋଶିଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।
ଜ୍ୟେଷ୍ଠା- କଳା, ସାହିତ୍ୟ,ଗବେଷଣା, ବାଣିଜ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି କରିପାରନ୍ତି । ଜମିଜମା, ଯାନବାହନ ଓ ଲୋକସମ୍ପର୍କ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ଆପଣଙ୍କ ନୀରବତାକୁ ସମ୍ପର୍କୀୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ କରିବେ ।
ପୂ,ଷାଢା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ ।
ଉ,ଷାଢା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର କାରଣ ହୋଇପାରେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ ।
ଶ୍ରବଣା- କର୍ମ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି, ଅର୍ଥ ଓ ସମ୍ମାନ ଲାଭ କରିବାରେ ସଫଳ ହେବେ । ରାଜନୈତିକ ସ୍ତରରେ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇପାରନ୍ତି । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ ।
ଧନିଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ ।
ଶତଭିଷା- ଚାକିରିରେ କ୍ଷେତ୍ରରେ ଅସୁବିଧା ଦେଖା ଦେଇପାରେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।
ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ-ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।
ଉ,ଭାଦ୍ରପଦ- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀ ମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।
ରେବତୀ- ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ ନଚେତ୍ କୌଣସି ଅପ୍ରୀତିକର ପରିସ୍ଥତର ସାମ୍ନା କରିବାକୁ ପଡିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Today Panchang 6th February 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Tragedy Underground: କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ବିସ୍ଫୋରଣରେ ୧୮ଶ୍ରମିକଙ୍କ ମୃତ୍ୟୁ

Tragedy at Sea: ମଝି ସମୁଦ୍ରରେ ନିଖୋଜ ଓଡ଼ିଆ ପୁଅ, ମାଆ ପାଦ ତଳୁ ଖସିଯାଇଛି ମାଟି

Gold Price Alert: ଏବେ ସୁନା କିଣିବେ ନା କିଣିବେନି, ଆଜି ସୁନା କମିଲା ସାଢ଼େ ୪ ହଜାର ଟଙ୍କା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)