Advertisment

Pilgrim Bus Crashes: ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ

ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣରେ ଡ୍ରାଇଭର ମୃତ, ୧୪ ଗୁରୁତର। ବାଲେଶ୍ୱର NH-୧୬ ବାହନଗା ବଜାର ଉପରେ ଦୁର୍ଘଟଣା। ଡ୍ରାଇଭର ଆଖି ଲାଗିଯିବାରୁ ବ୍ରିଜ୍ ଉପରକୁ ଚଢ଼ିଗଲା ବସ୍।

Accident

Accident Photograph: (OTV)

Advertisment

ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ। ବସର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ସମୟରେ ପଶ୍ଚିମବଙ୍ଗରୁ ଆନ୍ଧ୍ରକୁ ଏକ ତୀର୍ଥ ଯାତ୍ରୀ ବସ ଯାଉଥିଲା। ତେବେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବ୍ରିଜ ଉପରକୁ ଚଢିଯାଇଥିଲା। 

Advertisment

ଡ୍ରାଇଭର ଜଣକ ବ୍ରିଜରୁ ତଳକୁ ଖସିପଡ଼ିଥିଲେ। ଘଟଣାସ୍ଥଳରେ ବସ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ବସରେ ମୋଟ ୫୦ ଜଣ ଯାତ୍ରୀ ଥିବାବେଳେ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସଟି ଏବେ ପୋଲ ଉପରେ ଝୁଲି ରହିଛି।

Pilgrim Bus Crashes
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ