Advertisment

Ajit Pawar Dies In Plane Crash: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ବିମାନ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ବିମାନରେ ଅଜିତ ପାୱାରଙ୍କ ସମେତ ତାଙ୍କ ସୁରକ୍ଷାକର୍ମୀ ଥିଲେ।

author-image
Chinmayee Sahoo
Ajit Pawar

Ajit Pawar Photograph: (OTV)

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ବିମାନ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ବାରାମତୀ ବିମାନବନ୍ଦରରେ ଅବତରଣ କରିବା ସମୟରେ ଖସି ପଡିଥିଲା ବିମାନ। ଏହି ଗୁରୁତର ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି।

Advertisment

ମିଳିଥିବା ସୂଚନା ଅନୁଯାୟୀ, ଅଜିତ ପାୱାର ଆଜି ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇରୁ ବାରାମତୀ ଯାଇଥିଲେ। ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତୀରେ ପ୍ରଚାର ସଭା ଆୟୋଜନ କରାଯାଇଥିଲା। କିନ୍ତୁ, ବାରାମତୀ ବିମାନବନ୍ଦରର ରନୱେରେ ବିମାନଟି ଅବତରଣ କରୁଥିବା ସମୟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଲା। 

ଏହା ଯୋଗୁଁ ପାଇଲଟ୍ ନିୟନ୍ତ୍ରଣ ହରାଇଲେ ଏବଂ ବିମାନଟି ଦୁର୍ଘଟଣାଗ୍ରସ୍ତ ହେଲା। ବିମାନରେ ଅଜିତ ପାୱାରଙ୍କ ସମେତ ତାଙ୍କ ସୁରକ୍ଷାକର୍ମୀ ଥିଲେ। ବିମାନରେ ଥିବା ୨ ଜଣ କ୍ରିଉ ସଦସ୍ୟ ଓ ୨ ସୁରକ୍ଷାକର୍ମୀଙ୍କ ସମେତ ମୋଟ ୫ ଜଣ ବିମାନରେ ଥିଲେ। ସମସ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Advertisment
Plane Crash Ajit Pawar Maharashtra Deputy CM
Advertisment
Related Articles
Advertisment