Advertisment

Daily Horoscope 10th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ବନ୍ଧୁ ମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି ।

author-image
Deepak Acharya
undefined

Horoscope Photograph: (OTV)

ମେଷ-
ଅଶ୍ୱନୀ- ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ବନ୍ଧୁ ମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି ।  
ଦ୍ୱିଜା- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ ।
କୃତିକା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
କୃତିକା- ବ୍ୟବସାୟରେ ବଡ ଧରଣର ଆର୍ଥିକ ଲାଭ ହୋଇପାରେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟରେ ଦାୟିତ୍ୱ ନେଇ ପ୍ରଶଂସା ପାଇବେ ।
ରୋହିଣୀ- ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଅଫିସ୍ ର ମାହୋଲ କିଛି ଖାସ ଭଲ ରହିବ ନାହି ସେଥିପାଇଁ ଚିନ୍ତାରେ ରହିବେ । ରାଜନୀତିରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ ।
ମୃଗଶିରା- ଗୃହୋପକରଣ କ୍ରୟ କରିବାଯୋଗେ ଆର୍ଥିକ ସଙ୍କଟ ଦେଖାଦେବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ । 
ଆଦ୍ରା- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ପୁନର୍ବସୁ- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ରହିଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳା ମାନେ ସଜବାଜରେ ଦିନ କାଟିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପୁରାତନ ରୋଗର ପୀଡା କ୍ରମଶଃ ହ୍ରାସ ପାଇପାରେ । ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟି ହେବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । 
ପୁଷ୍ୟା- ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣଧୀନ କାମଟି ସମ୍ପନ୍ନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପନ୍ଥା ଅନୁସରଣ କରିବେ ।
ଅଶ୍ଲେଷା- ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଅଧୟନ, ଅଧ୍ୟାପନା ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆକସ୍ମିକ ଧନ ପାଇବାର ସମ୍ଭାବନା ରହିଛି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବନରେ ସୁଧାର ଆଣିବେ ।
ପୂ,ଫାଲଗୁନି- ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । 
ଉ,ଫାଲଗୁନି- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ସତସଙ୍ଗ ଓ ସ୍ୱର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- କର୍ମ କ୍ଷେତ୍ରରେ ସମ୍ମାନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ପରିବାରରେ ଆଲୋଚନା କରିପାରନ୍ତି । ଶାରୀରିକ ପୀଡା ଯୋଗୁ ମନ ବିଚଳିତ ହୋଇପାରେ ।
ହସ୍ତା- କୌଣସି କାରଣ ନ ଥାଇ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ । ଚାକିରି ବଦଳାଇବାକୁ ଚାହୁଁଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ଭଲ ଅଛି । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଭଲ ରହିବ ।
ଚିତ୍ରା- ଯାତ୍ରା କାଳରେ ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ । ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ବିବାଦୀୟ ଘଟଣାରେ ନିରବତା ଶ୍ରେୟ ଅଟେ ନଚେତ୍ ସମସ୍ୟା ଭିତରକୁ ଯାଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ
ତୁଳା-
ଚିତ୍ରା- ମାନସିକ ସୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମ ମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । 
ସ୍ୱାତୀ- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ମାନସିକ ଶାନ୍ତି ଅନୁଭବ କରିବେ ।
ବିଶାଖା- ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୈାଭାଗ୍ୟ ଅର୍ଜନ କରିପାରନ୍ତି । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ ।    
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ବିଛା-
ବିଶାଖା-ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ । ବ୍ୟବସାୟିକ ଦିଗ ପାଇଁ ଆଜିର ଦିନଟି ବହୁତ ଭଲ ।          
ଅନୁରାଧା- ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ହେବାସହ ପରୀକ୍ଷା, ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ସୃଜନଶୀଳ ଚିନ୍ତାଧାରା ଓ ପରାମର୍ଶ ଗୁଡିକ  ପ୍ରଶଂସିତ ହେବେ । ଧୈର୍ଯ୍ୟ ଓ ସାହାସ ଦ୍ୱାରା ଶତ୍ରୁମାନଙ୍କ ଠାରୁ କାର୍ଯ୍ୟ ହାସଲ କରିପାରିବେ । 
ଜ୍ୟେଷ୍ଠା-ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖାଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବା ସହିତ ଦକ୍ଷତା ପ୍ରତିପାଦିତ କରିବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ପୂ,ଷାଢା- ରାଜନୀତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।    
ଉ,ଷାଢା- ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ନ ବୁଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର-
ଉ,ଷାଢା- ପାରିବାରିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ଆଶାକରିଥିବା ଦିଗରୁ କୌଣସି ମୂଲ୍ୟବାନ୍ ଜିନିଷ ପ୍ରାପ୍ତି ହେବ । ବକେୟା ଟଙ୍କା ପାଇବାର ଆଶା ଉଜ୍ଜ୍ୱଳତର ହେବ ।
ଶ୍ରବଣା- ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବାର ବହୁତ ସମ୍ଭାବନା ଅଛି । କଥାବାର୍ତାରେ ଶାଳୀନତା ଅଭାବରୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ସଭା ସମିତିରେ ପାଣ୍ଡିତ୍ୟର ପରିପ୍ରକାଶ ଯୋଗୁ ସୁସମ୍ପର୍କ ସ୍ଥାପିତ ହୋଇପାରେ । 
ଧନିଷ୍ଠା- ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନ ଆନମନା ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକଲେ ବିବାଦ ଗ୍ରସ୍ତ ହୋଇପଡିବେ । 
ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିପାରନ୍ତି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ ।
ଶତଭିଷା- ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି  ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି
ପୂ,ଭାଦ୍ରପଦ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭଲ ଟଙ୍କା ରୋଜଗାର କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- କୌଣସି କାମ କରିସାରିବା ପରେ ଭଲ ମନ୍ଦବିଚାର କରି ଅସ୍ଥିର ରହିପାରନ୍ତି । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମାନୋଭାବ ଉପୁଜିବ ।
ଉ,ଭାଦ୍ରପଦ-ଅଫିସିଆଲି କାମରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପଛ କଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ ହେବ । ପିଲାଙ୍କ ଆଚରଣରେ ପରିବର୍ତନ ଆସିପାରେ ।
ରେବତୀ- ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବାର ସମ୍ଭାବନା ରହିଛି । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ଟଙ୍କା ପଇସାକୁ କେନ୍ଦ୍ର କରି କଳହ ଲାଗିପାରେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Advertisment
Horoscope
Advertisment