Advertisment

Daily Horoscope 10th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପ୍ରେମକୁ ନେଇ ସୃଷ୍ଟି ହୋଇଥିବା ସନ୍ଦେହ ଦୂର ହେବ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ ।

Advertisment

ମେଷ-
ଅଶ୍ୱନୀ- ପ୍ରେମକୁ ନେଇ ସୃଷ୍ଟି ହୋଇଥିବା ସନ୍ଦେହ ଦୂର ହେବ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ ।
ଦ୍ୱିଜା- ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ ।
କୃତିକା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ । ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି ।   
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ 

Advertisment

ବୃଷ- 
କୃତିକା- ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ ।
ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଈଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।
ମୃଗଶିରା- ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ 

ମିଥୁନ-
ମୃଗଶିରା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ ।
ଆଦ୍ରା- ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ । ଧୀରସ୍ଥିର ମନଦେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।     
ପୁନର୍ବସୁ- ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

Advertisment

କର୍କଟ-
ପୁନର୍ବସୁ- ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । 
ପୁଷ୍ୟା- କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ ।
ଅଶ୍ଲେଷା- ଜମିଜମା କାରବାରରେ ଠକାମୀରେ ପଡିବେ ।  ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ସିଂହ-
ମଘା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ ।
ପୂ,ଫାଲଗୁନି- କ୍ୟାରିୟରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଉ,ଫାଲଗୁନି- ମାଲିମକଦମା ସମସ୍ୟାର ସମାଧାନ କରିବେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment

କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ  ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ । 
ହସ୍ତା- ରାଜନିତିରେ ରହି ଲୋକଙ୍କୁ ସହଯୋଗର  ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।
ଚିତ୍ରା- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଚିତ୍ରା- ବ୍ୟବସାୟରେ ଆଶାକରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପାରିବାରିକ କାର୍ଯ୍ୟରେ ଯୋଗଦେବାକୁ ସୁଯୋଗ ପାଇପାରନ୍ତି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।
ସ୍ୱାତୀ- ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ବିଶାଖା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ  ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ବିଛା-
ବିଶାଖା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । 
ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । 
ଜ୍ୟେଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ ।  ଛାତ୍ରଛାତ୍ରୀ ମାନେ ଖେଳକୁଦ ରେ ରୁଚି ବଢାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ

ଧନୁ-
ମୂଳା- ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର  ବୃଦ୍ଧି ପାଇବ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ ।
ପୂ,ଷାଢା- ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ଉ,ଷାଢା- ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ବାକି କାମରେ ବନ୍ଧୁ ସାହାଯ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ବୀଜ ମନ୍ତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । 
ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି ।  ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ ।
ଧନିଷ୍ଠା- କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର  ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଧନିଷ୍ଠା- ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲା୍ଲସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ଶତଭିଷା- ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ କ୍ଷ ମନ ପ୍ରଫୁଲୀତ ରହିବ। ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ପୂ,ଭାଦ୍ରପଦ- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ 

ମୀନ-
ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । 
ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ ।  
ରେବତୀ- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ