Advertisment

Daily Horoscope 10th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ ।  ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇ ପାରନ୍ତି ।

undefined
Advertisment

ମେଷ-
ଅଶ୍ୱନୀ- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ ।  ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇ ପାରନ୍ତି ।
ଦ୍ୱିଜା- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ ।
କୃତିକା- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 
ବୃଷ-
କୃତିକା- ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।
ମୃଗଶିରା- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ
ମିଥୁନ-
ମୃଗଶିରା- କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ ।
ଆଦ୍ରା- ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ । କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । 
ପୁନର୍ବସୁ- ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । କେକେ କ୍ଷେତ୍ରରେ ପ୍ରତିଯୋଗୀତା ମନୋଭାବ ଉପୁଜିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 
କର୍କଟ-
ପୁନର୍ବସୁ- ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି ।  ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ ।
ପୁଷ୍ୟା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ ।
ଅଶ୍ଲେଷା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।  ଛାତ୍ରଛାତ୍ରୀମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।   
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ପୂ,ଫାଲଗୁନି- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ଉ,ଫାଲଗୁନି- ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ଯ୍ୟକୁ ପୁରା କରିବାରେ ସକ୍ଷମ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ  ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ହସ୍ତା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । ରାଜନିତିରେ ଆଗ୍ରହ ବଢିପାରେ ।
ଚିତ୍ରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର‌୍ୟ୍ୟବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ
ତୁଳା-
ଚିତ୍ରା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ ।
ସ୍ୱାତୀ- ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।
ବିଶାଖା-ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧୀ ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି ।
ଅନୁରାଧା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ ।
ଜ୍ୟେଷ୍ଠା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି ।  ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । କୈାଣସି ଅସ୍ଥାୟୀ କାର୍ଯ୍ୟ ସ୍ଥାୟୀ ହୋଇପାରେ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ
ପୂ,ଷାଢା- କାରବାରରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।
ଉ,ଷାଢା- ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥା ରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।
ଶ୍ରବଣା- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।  ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ ।
ଧନିଷ୍ଠା- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ  କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ  
ଶତଭିଷା- କୈାଣସି  କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ
ପୂ,ଭାଦ୍ରପଦ- ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ
ମୀନ-
ପୂ,ଭାଦ୍ରପଦ- ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।
ଉ,ଭାଦ୍ରପଦ- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍‌ଠିକ୍ ହୋଇଯିବ ।
ରେବତୀ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପହାର୍ଥରେ ସାମିଲ୍ କରନ୍ତୁ

Advertisment
Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ