/odishatv-khabar/media/media_files/2025/12/11/horoscope-2025-12-11-08-34-11.jpg)
Horoscope Photograph: (OTV)
ଡିସେମ୍ୱର ୧୧ ତାରିଖ ଗୁରୁବାର
ମେଷ-
ଅଶ୍ୱନୀ- ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।
ଦ୍ୱିଜା- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ସବୁ କିଛି ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ। କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।
କୃତିକା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ
ବୃଷ-
କୃତିକା- ପରିବାର ପାଇଁ ଅଳଙ୍କାର , ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଅନ୍ୟର ଉପକାର ଚିନ୍ତା କରିବେ କିନ୍ତୁ ନିଜ ପରିବାରେ ଜିଦ୍ କରି କଷ୍ଟ ଭୋଗିବେ । ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ ସଫଳ ହୋଇପାରନ୍ତି ।
ରୋହିଣୀ- ନିଜ ଲୋକମାନେ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟର ପ୍ରତିଶୃତି ଦେବେ । କର୍ମ କ୍ଷେତ୍ରରେ ଦ୍ୱନ୍ଦରେ ପଡି ସହକର୍ମୀଙ୍କ ପ୍ରତ୍ୟେକ କତାକୁ ଠିକ୍ ଭାବେ ବୁଝି ପାରିବେନି । ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ ।
ମୃଗଶିରା- ଅସାବଧାନତା ହେତୁ ଦ୍ରବ୍ୟ ହାନିର ସୁଚନା ରହିଛି । ଜମିଜମା କାରବାରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷରିତ ହୋଇପାରେ । ନିଜ ଲୋକମାନେ ବିଶ୍ୱାସ ଘାତକତା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ମୃଗଶିରା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ
ଆଦ୍ରା- ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ
ପୁନର୍ବସୁ- ରାଜନୀତି କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦୟ ହେବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସାମାଜିକ ସ୍ଥିତି ବଜାୟ ରହିବା ସହ ପାରିବାରିକ ପତିଆରା ଅମଳିନ ରହିବ । ଆପଣଙ୍କ କାର୍ଯ୍ୟ ଶୈଳୀରେ ଅର୍ଥପୂର୍ଣ୍ଣ ପରିବର୍ତନ ଆଣିପାରିବେ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ ।
ପୁଷ୍ୟା- ବିଦ୍ୟାର୍ଥୀ ମାନେ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଆପଣଙ୍କ ଆର୍ଥିକ ସ୍ଥିତି ସୁଦୃଢ ରହିବ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ଅଶ୍ଲେଷା- ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ଧର୍ମ ମାର୍ଗରେ ଧନ ବ୍ୟୟ କରିବେ । ରାଜନୀତିରେ ଲୋକପ୍ରିୟତା ଅର୍ଜନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ । ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ
ପୂ- ଫାଲ୍ଗୁନୀ- ରାଜନୈତିକ ସାହଯ୍ୟ ସହଯୋଗ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ୟ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ଉ- ଫାଲ୍ଗୁନୀ- ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ନୂଆ କାମ କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଜୀବନ ସାଥୀଙ୍କ ବିଚାରକୁ ବୁଝିବାକୁ ଚେଷ୍ଟା କରନ୍ତୁ । ପ୍ରତିଟି କାମ ମନ ଦେଇ କଲେ ସଫଳତା ପାଇବେ ।
ହସ୍ତା- ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ ।
ଚିତ୍ରା- ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ରାଜନୀତିରେ ଲୋକପ୍ରିୟତା ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ଚିତ୍ରା- ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ
ସ୍ୱାତୀ- କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ। ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ। ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ବିଶାଖା- ପରିବାରର ଗୁରୁଜନମାନେ ଆପଣଙ୍କ ଆଚରଣରେ ଅତ୍ୟନ୍ତ ସନ୍ତୁଷ୍ଟ ହେବେ । ମାଲିମକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ସଫଳତା ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବିଶାଖା- ପାରିବାରିକ ଜୀବନରେ ଶୁଖ ଓ ଶାନ୍ତି ରହିବ । ବ୍ୟବସାୟୀ ମାନେ ନୂଆ କାରବାର କରିବାର ସୁଯୋଗ ପାଇପାରିବେ । ବାକିଦେଇଥିବା ଟଙ୍କା ଫେରିପାଇବେ ।
ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବଡ କମ୍ପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ବିଦ୍ୟାର୍ଥୀ ଙ୍କ ପାଇଁ ଦିନଟି ଶୁଭ ଅଛି । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।
ଜ୍ୟେଷ୍ଠା- ଆଜି କିଛି ଦାନ ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମୀଳିବ । ସୁସ୍ୱାଦୁ ଭୋଜନ କରିବେ । ଆର୍ଥିକ ଅବସ୍ଥା ଭଲ ରହିବ । ସତର୍କତା ସହିତ ସବୁ କାମ କରନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ପୂ, ଷାଢା- ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ
ଉ, ଷାଢା- କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ଉ,ଷାଢା- ସାଧାରଣ କଥାକୁ ନେଇ ପରିବାର ମଧ୍ୟରେ ମତାନ୍ତର ଦେଖାଦେଇପାରେ । ପତିପତ୍ନୀ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ରହିଛି ।
ଶ୍ରବଣା- ନୂତନ ଚାକିରିର ସୁଯୋଗ ପାଇପାରନ୍ତି । ସାବଧାନ ରୁହନ୍ତୁ ଓ ମୂଲ୍ୟବାନ ସାମଗ୍ରୀକୁ ଯତ୍ନର ସହିତ ରଖନ୍ତୁ ନଚେତ୍ ତା ସହ ଦୁର୍ଘଟଣା ହେବାର ସମ୍ଭାବନା ରହିଛି ।
ଧନିଷ୍ଠା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ୟ୍ୟହାସଲ ପୂର୍ବକ ଉପକୃତ ହେବେ।
ଶତଭିଷା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି । ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି
ପୂ, ଭାଦ୍ରପଦ- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସକାଶେ ଅନୁକୂଳତା ଅନୁଭବ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ବ୍ୟବସାୟୀଙ୍କ କଠିନ ପରିଶ୍ରମ ସଫଳ ହେବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । କୌଣସି ଖବର ମନରେ ଅସ୍ଥିରତା ସୃଷ୍ଟି କରିବ ।
ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫୟତ ଦେବାକୁ ପଡିପାରେ । ଅଫିସରେ କାମ ଗୁଡିକୁ ସୁବିଧାରେ କରିବା କଷ୍ଟକର ହୋଇପଡିବ ।
ରେବତୀ- କୌଣସି ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
Today Panchang 11th December 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Mental Distress Grips : ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଗ୍ରାସୁଛି ମାନସିକ ଦୁଶ୍ଚିନ୍ତା, ମେଣ୍ଟାଲ୍ ହେଲଥ୍ କାଉନସେଲର ନିଯୁକ୍ତିର ହେଉଛି ତ ଅନୁପାଳନ ?

Australia Bans Social Media: ଅଷ୍ଟ୍ରେଲିଆ ଲାଗୁ କଲା ଚମକାଇଲା ଭଳି ନିୟମ , ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ୍ ମିଡ଼ିଆକୁ ନା

High Demand Fewer Seats: ବାରବାଟୀରେ କ୍ରିକେଟ୍ , ଚାହିଦା ବେଶୀ ସିଟ୍ କମ୍ ...ଷ୍ଟାଡିୟମ୍ ସଂପ୍ରସାରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା

MV-26 Violence: MV-26 ମହାଭାରତ ପଛରେ ‘ଭାଗଚାଷ’ ବିବାଦ ! ୬ ଦିନ ପରେ କଟାମୁଣ୍ଡ ମିଳିବା ପରେ ଜାରି ରହିଛି ଖୋଳତାଡ଼

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)