Advertisment

Daily Horoscope 11th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।

Advertisment

ମେଷ-
ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।
ଦ୍ୱିଜା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟରେ ବ୍ୟସ୍ତ ରହିବେ ।  କୃତିକା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

Advertisment

ବୃଷ-
କୃତିକା- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।
ରୋହିଣୀ- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ।  ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ମୃଗଶିରା- ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା- ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ ।
ଆଦ୍ରା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ପୁନର୍ବସୁ- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାସ୍ତାରେ ଯିବା ବେଳେ ସତର୍କ ରୁହନ୍ତୁ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। 
ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ ।
ଅଶ୍ଲେଷା- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ 

ସିଂହ-
ମଘା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ପୂ,ଫାଲଗୁନି- ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଉ,ଫାଲଗୁନି- ଜମିରେ ନିବେଶ ପାଇଁ ଶୁଭ ରହିବ ।  ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

Advertisment

କନ୍ୟା-
ଉ,ଫଳଗୁନି- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।
ହସ୍ତା- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର୍ଯ୍ୟ ହାସଲ କରିବେ।
ଚିତ୍ରା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ତୁଳା-
ଚିତ୍ରା- ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ସାମାନ୍ୟ ମନୋମାଳିନ୍ୟ ଘଟିପାରେ । ପ୍ରିୟଜନଙ୍କ ଠାରୁ ପସନ୍ଦର ଉପହାର ମିଳିବ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ ।
ସ୍ୱାତୀ- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।
ବିଶାଖା- ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ଅନୁରାଧା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ।
ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ

ଧନୁ-
ମୂଳା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ସାମାଜିକ ସହଯୋଗ ଲାଭ କରିବେ ।
ପୂ,ଷାଢା- ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ଦୀର୍ଘଦିନରୁ ଅଟକି ଥିବା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
ଉ,ଷାଢା- ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ନଚେତ୍ ଭବିଷ୍ୟତରେ ହଇରାଣ ହୋଇପାରନ୍ତି । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।
ଶ୍ରବଣା- ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର୍ଯ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।
ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ଧନିଷ୍ଠା- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଶତଭିଷା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ ।  ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।
ପୂ,ଭାଦ୍ରପଦ- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ ।  ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ।
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।
ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ