Advertisment

Daily Horoscope 11th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦେଇପାରେ ।

Advertisment

ମେଷ-
ଅଶ୍ୱନୀ- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦେଇପାରେ ।
ଦ୍ୱିଜା-କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
କୃତିକା- ଏକୁଟିଆ ହୋଇ ଲଢିବାର ଶକ୍ଷମତା ବିକଶିତ ହେବ । ଅର୍ଥ ସମ୍ବନ୍ଧୀତ କ୍ଷେତ୍ରରେ  ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

Advertisment

ବୃଷ-
କୃତିକା-ଅତୀତରେ ହଜି ଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । 
ରୋହିଣୀ- ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ରାଜନୀତିରେ ବିରୋଧି ମାନେ ଦୂରେଇ ଯିବେ । ବନ୍ଧୁ ମିତ୍ରଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ମିଳିବା ଦ୍ୱାରା ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । 
ମୃଗଶିରା- ବିଦ୍ୟାଅଧ୍ୟୟନ ସମ୍ବନ୍ଧିତ ଶୁଭ ସମାଚାର ପ୍ରାପ୍ତ ହେବ । କଚେରି ମାମଲାର ଶୁଣାଣି ଆପଣଙ୍କ ସପକ୍ଷରେ ଯାଇପାରେ । ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟସୃଷ୍ଟି ହେବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ ।
ଆଦ୍ରା- କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ ।  ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ ।
ପୁନର୍ବସୁ- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ତୁଟିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । 
ପୁଷ୍ୟା- ଦୀର୍ଘଦିନରୁ ରହିଥିବା ଋଣ ଓ ବନ୍ଧୁମାନଙ୍କ ହୀନମନ୍ୟତା ବିଷୟରେ ଚିନ୍ତା କରିବେ । ଆତ୍ମୀୟଙ୍କ ଭିନ୍ନ ଚିନ୍ତାଧାରାରେ ସମାଲୋଚନା କରିପାରନ୍ତି । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ ହେତୁ ନିଷ୍ପତ୍ତି ନେବାରେ ବିଳମ୍ବ ହୋଇପାରେ । 
ଅଶ୍ଲେଷା-ଅଟକି ରହିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ।    
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ମଘା- ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟା କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।
ପୂ,ଫାଲଗୁନି- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।
ଉ,ଫାଲଗୁନି- ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

Advertisment

କନ୍ୟା-
ଉ,ଫଳଗୁନି- ପାରିବାରିକ ଜୀବନ ସୁଖରେ କାଟିବେ କିନ୍ତୁ ସାଧାରଣ କଥାରେ ବିତର୍କର ସମ୍ଭାବନା ରହିଛି । ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ କିନ୍ତୁ ଅସୁବିଧା ହେବନି । 
ହସ୍ତା- କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ବିଶ୍ୱାସ ଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଗୁରୁତ୍ୱ ଦେବେ । କଠିନ ପରିଶ୍ରମ କରି ଲକ୍ଷ ସ୍ଥଳରେ ପହଞ୍ଚିବେ ।     
ଚିତ୍ରା- ଗୃହପାଳିତ ପଶୁ ଓ ଯାଜବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି କାହାକୁ ମଧ୍ୟ ସହଜରେ ବିଶ୍ୱାସ କରିପାରିବେ ନାହିଁ । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-
ଚିତ୍ରା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ସ୍ୱାତୀ- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି । କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ ।   
ବିଶାଖା- ଆମଦାନି ବଢାଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ମନ ଚାହୁଁଥିବା ଜୀବନସାଥି ପାଇବେ ।     
ଅନୁରାଧା- ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ଅଶାନ୍ତି ଉପୁଜିବ । 
ଜ୍ୟେଷ୍ଠା- ପର କଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିପାରନ୍ତି । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା- ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ ।
ପୂ,ଷାଢା- କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇ ସମସ୍ୟାକୁ ନିୟନ୍ତ୍ରଣ କରିପାରନ୍ତି ।
ଉ,ଷାଢା- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମକର-
ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ । ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି ।     
ଶ୍ରବଣା- ସରକାରୀ କ୍ଷେତ୍ରରେ ସଫଳ ହେବେ । କ୍ରିଡା , ପ୍ରନ୍ଦ୍ୱନ୍ଦିତା , ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ଗୋଡରେ ନୁଜେ ଠିଆ ହେବାକୁ ସାହାସ ବାନ୍ଧିବେ ।
ଧନିଷ୍ଠା- ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନେଯାଗ ଦେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-
ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ସାମୟିକ ସ୍ୱାସ୍ଥ୍ୟ ହାନି ଯୋଗୁ ମନ ଅଶାନ୍ତ ରହିପାରେ ।
ଶତଭିଷା- ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ, ମଧ୍ୟମ ଧରଣର ଫଳ ପାଇବେ । ଅନ୍ୟ ମାନଙ୍କୁ ମିଠା କଥାକହି କାମ ହାସଲ କରିବେ ।
ପୂ,ଭାଦ୍ରପଦ- ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।ପ୍ରକାଶନ, ଚୁକ୍ତିପତ୍ର,ଆଲୋଚନା ତଥା ଲେଖାପଢାରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ମୀନ-
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ଭଲ ରହିବା ସହ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପେଯାଗ କରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ପାରିବାରିକ ମାମଲା ବହୁତ ସହଜ ଓ ସରଳ ହେବ ।
ଉ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । କର୍ମ କ୍ଷେତ୍ରରେ ମିତ୍ର ମାନଙ୍କ ଠାରୁ ବହୁତ ସାହାର୍ଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । 
ରେବତୀ- ସ୍ଥାବର ଅସ୍ଥାବର ସମ୍ପତ୍ତିର ମାଲିକାନା ପାଇପାରନ୍ତି । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ