Advertisment

Daily Horoscope 11th November 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।

author-image
Deepak Acharya
Horoscope

Horoscope Photograph: (OTV)

ମେଷ-
ଅଶ୍ୱନୀ- ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ ।
ଦ୍ୱିଜା- ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।  
କୃତିକା- ଦୀର୍ଘଦିନର ଆଶା ପୂରଣ ହୋଇପାରେ ।  ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।  ରାଜନୀତିରେ ବିରୋଧୀଙ୍କ ପ୍ରତି ସାବଧାନ ରୁହନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ 
ବୃଷ-
କୃତିକା- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । 
ରୋହିଣୀ- ବିଦ୍ୟାର୍ଥୀ ମାନେ ବିଷର୍ଣ୍ଣ ରହିବେ ଓ ମନ ଦୁର୍ବଳ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ମୃଗଶିରା- ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ ।ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ 
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ ।
ଆଦ୍ରା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । 
ପୁନର୍ବସୁ- ରାଜନିତିରେ ନିଜକୁ ଦୃଢ ରôଖବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି ।  
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।
ପୁଷ୍ୟା- କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।
ଅଶ୍ଲେଷା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ ।  ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । 
ପୂ,ଫାଲଗୁନି- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । 
ଉ,ଫାଲଗୁନି- ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫଳଗୁନି- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । 
ହସ୍ତା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।  
ଚିତ୍ରା- ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ହେବା ସହ ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭୋଗ କରିବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    
ତୁଳା-
ଚିତ୍ରା- ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ, ପିତାମାତାଙ୍କ ଆର୍ଶିବାଦ ସହ ଆପଣ ସବୁ କାର‌୍ୟ୍ୟ ସମ୍ପନ୍ନ କରିବେ। ଅଫିସ୍‌ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ ।
ସ୍ୱାତୀ- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ବିଶାଖା- କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ 
ବିଛା- 
ବିଶାଖା- ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ। ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ।
ଅନୁରାଧା- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ ।
ଜ୍ୟେଷ୍ଠା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ ।
ପୂ,ଷାଢା- ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ ।
ଉ,ଷାଢା- ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବ ।  ଛାତ୍ରଛାତ୍ରୀ ମାନେ ପଢାରେ କୃତକାର୍ଯ୍ୟ କରିବେ ।  ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ମକର-
ଉ,ଷାଢା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।
ଶ୍ରବଣା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ ।
ଧନିଷ୍ଠା- ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ  ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।    
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।
ଶତଭିଷା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ପୂ,ଭାଦ୍ରପଦ- ଜମି ବିବାଦୀୟ ପରିସି୍ଥତି ଭିନ୍ନ ରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। 
ଉ,ଭାଦ୍ରପଦ- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ ।
ରେବତୀ- ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment
Horoscope
Advertisment
Related Articles
Advertisment