Advertisment

Daily Horoscope 11th October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ସ୍ୱାସ୍ଥ୍ୟ  ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।

author-image
Deepak Acharya
undefined

Horoscope Photograph: (OTV)

ମେଷ-    
ଅଶ୍ୱନୀ- ସ୍ୱାସ୍ଥ୍ୟ  ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।      
କୃତିକା- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

Advertisment

ବୃଷ-
କୃତିକା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କୈାଣସି ନୂତନ ଯାନ, ବାହନ କିଣି ପାରନ୍ତି । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ରୋହିଣୀ- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।
ମୃଗଶିରା- ବାଧାନିଘ୍ନକୁ ଅତିକ୍ରମ କରି ଆଗକୁ ବଢିବାର ଯୋଜନା ସଫଳ ହେବ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମୃଗଶିରା- ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।
ଆଦ୍ରା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।    
ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ ।
ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।
ଅଶ୍ଲେଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛାତ୍ରୀ ମାନେ ଅଧିକ  ସମୟ ଖେଳରେ କଟାଇବେ ।   
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ମଘା- ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି ।
ପୂ- ଫାଲ୍‌ଗୁନୀ- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ଉ- ଫାଲ୍‌ଗୁନୀ- ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଉ,ଫଳଗୁନି- ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର  ଲାଭ ମିଳିବାର ସମ୍ଭାବନା ରହିଛି । ବୈବାହିକ ପ୍ରସ୍ତାବ ଦେଦ୍ଦେଶ୍ୟରେ ବନ୍ଧୁ ସମ୍ପର୍କ ଯୋଡିବାକୁ ଚେଷ୍ଟା କଲେ ଉପକୃତ ହେବେ ।
ହସ୍ତା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।  
ଚିତ୍ରା- ସମ୍ପତି କିଣିବାର ଯୋଗ ରହିଛି । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  

ତୁଳା-
ଚିତ୍ରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାରର‌୍ୟ୍ୟ ସୁଚାରୁରୂପେ ତୁଲାଇବେ ।
ସ୍ୱାତୀ- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।
ବିଶାଖା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ବିଶାଖା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ ।  କୈାଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ ।
ଅନୁରାଧା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଜ୍ୟେଷ୍ଠା- ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଆୟର ପରିମାଣ ଅଧିକ ହୋଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ମୂଳା- ଶରୀରର ନିମ୍ନାଂଶରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି  ମାନେ ବିରୋଧ କରିପାରନ୍ତି ।
ପୂ, ଷାଢା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।
ଉ,  ଷାଢା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-
ଉ,ଷାଢା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।
ଶ୍ରବଣା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ ।
ଧନିଷ୍ଠା- ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ ।  ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ
ଧନିଷ୍ଠା- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ ।  ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।
ଶତଭିଷା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ ।
ପୂ,  ଭାଦ୍ରପଦ- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ-ପ୍ରେମି ଯୁଗଳ ମାନେ ନିଜ ମନ କଥା  ଜୀବନ ସାଥୀ ଙ୍କ ଆଗରେ ପ୍ରକାଶ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ  ଭଲ ରହିବ ।
ଉ,ଭାଦ୍ରପଦ- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ରେବତୀ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି ।  ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ରାଜନୀତିରେ ଚେଷ୍ଟା ସଫଳ ହେବ ଓ ଲାଭବାନ୍ ହେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Horoscope
Advertisment
Related Articles
Advertisment