Advertisment

Daily Horoscope 12th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।

author-image
Deepak Acharya

ମେଷ-
ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।
ଦ୍ୱିଜା- ଅବିବାହିତ ଯୁବକ ଯୁବତୀ ମାନେ ନିଜ ମନ ପସନ୍ଦର ଜୀବନ ସାଥୀ ଚୟନ କରିବେ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି । ସଫଳତା ଶୀର୍ଷରେ ପହଞ୍ଚାଇବା ପାଇଁ ସଂଘର୍ଷ ଜାରି ରଖିବେ ।
କୃତିକା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

Advertisment

ବୃଷ-
କୃତିକା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । 
ରୋହିଣୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।
ମୃଗଶିରା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା- ଦୁର୍ଘଟଣାର ଶିକାର ହୋଇ ପାରନ୍ତି । ବ୍ୟବସାୟରେ କିଛି ନୂତନ ଚୁକ୍ତି ପତ୍ର ସମ୍ପାଦନା କରିପାରନ୍ତି ।  ଅତ୍ୟଧିକ କାର‌୍ୟ୍ୟ ଭାରର ଚାପ ଆପଣଙ୍କୁ ପ୍ରଭାବିତ କରିପାରେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।
ଆଦ୍ରା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।
ପୁନର୍ବସୁ- ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଦେବୀମାତାଙ୍କ ଧ୍ୟାନରେ , ମନରେ ସକାରତ୍ମକ ଶକ୍ତି ସଂଚାର ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ ।  ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହାନୁଭୁତି ପ୍ରଦର୍ଶନ କରିବେ । 
ପୁଷ୍ୟା- ପରୋକ୍ଷ ଶତୃତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ଅଶ୍ଲେଷା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ସିଂହ-
ମଘା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ ।
ପୂ,ଫାଲଗୁନି- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ ।  ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ ।
ଉ,ଫାଲଗୁନି- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କନ୍ୟା-
ଉ,ଫଳଗୁନି- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।  ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ହସ୍ତା- ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ଚିତ୍ରା-ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ ।  କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା-
ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।
ସ୍ୱାତୀ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।
ବିଶାଖା- ଭଗବାନ୍‌କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବିଶାଖା- ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଅନୁରାଧା- ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
ଜ୍ୟେଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ-
ମୂଳା- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ ।  ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ ।
ପୂ,ଷାଢା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଉ,ଷାଢା- ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ମକର-
ଉ,ଷାଢା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ପରିବାରରେ ସମସ୍ତଙ୍କୁ ସାହାର୍ଯ୍ୟ  କରିବାରେ ସଫଳ ହେବେ । 
ଶ୍ରବଣା- ଆମଦାନି ବଢଇବାର ନୂଆ  ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଧନିଷ୍ଠା- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ଧନିଷ୍ଠା- କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । 
ଶତଭିଷା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ପୂ,ଭାଦ୍ରପଦ- କୋର୍ଟର ସହୟତା ପାଇବେ । ରାଜନୀତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ଉ,ଭାଦ୍ରପଦ- ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି।
ରେବତୀ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Horoscope
Advertisment
Related Articles
Advertisment