/odishatv-khabar/media/media_files/2025/10/31/horoscope-2025-10-31-08-27-57.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ।
ଦ୍ୱିଜା- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
କୃତିକା- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
କୃତିକା-ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ । ବନ୍ଧୁମାନଙ୍କୁ ଆପଣେଇ ନେଇ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପରିଜନ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ରୋହିଣୀ- କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲେକ୍ଷ୍ମୀ କୃପା ପ୍ରାପ୍ତି ହେବ । ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି।
ମୃଗଶିରା- ପରିବହନରେ ସମସ୍ୟା ଦେଖାଦେବା କାରଣରୁ ବ୍ୟସ୍ତ ହୋଇପାରନ୍ତି । ନୂତନ ଜାଗା ଜମି କ୍ରୟ କରିପାରନ୍ତି । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ସ୍ବାସ୍ଥ୍ୟରେ ଅବନତି ହୋଇପାରେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଆଦ୍ରା- ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ପୁନର୍ବସୁ- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଘରେ କୌଣସି ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି । କରିଥିବା ଉଚ୍ଚ ଆଶା ପୂରଣ ନ ହୋଇ ପାରେ । ଧର୍ମ ମାର୍ଗରେ ଯିବା ପାଇଁ ମନ ବଳାଇ ପାରନ୍ତି ।
ପୁଷ୍ୟା- କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଦେଖାଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢା ପ୍ରତି ଅଧିକ ଧ୍ୟାନ ଦେବେ । ନିଜ ପାଇଁ ମୂଲ୍ୟବାନ୍ ବାଦ୍ୟଯନ୍ତ୍ର କିଣିପାରନ୍ତି ।
ଅଶ୍ଲେଷା- କୌଣସି ନିକଟ ସମ୍ପର୍କୀୟଙ୍କ ସମ୍ପତ୍ତି କମ୍ ମୂଲ୍ୟରେ ପାଇପାରନ୍ତି । ପାରମ୍ପରିକ ପୋଷାକ ପ୍ରତି ଆଗ୍ରହ ପ୍ରକାଶ କରିବେ । ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ମଘା- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ସ୍ୱାସ୍ଥ୍ୟ ସଚେତନତାର ଅଭାବଜନିତ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ ।
ପୂ,ଫାଲଗୁନି- ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ପାଖରେ ନଥିବା ଜିନିଷ ପାଇଁ ତର୍କ ଓ ବିବାଦ ବଢିପାରେ ।
ଉ,ଫାଲଗୁନି- ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇପାରେ । କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ । ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ।
ହସ୍ତା- ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ରାଜନୀତିରେ ଶତୃମାନେ ବେଖାତିର କରିବେ ।
ଚିତ୍ରା- ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ସ୍ବାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ।
ସ୍ୱାତୀ- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।
ବିଶାଖା-ଆଇନ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ
ବିଛା-
ବିଶାଖା- କଳ୍ପନା ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ । କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ସତ୍ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ଖାଦ୍ୟ ପ୍ରତି ସଜାଗ ରୁହନ୍ତୁ ।
ଅନୁରାଧା- ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ଚତୁରତା ହେତୁ ବିଗିଡିଥିବା କର୍ମକୁ ସଜାଡି ପାରିବେ । ବିଦ୍ୟାରେ ଉନ୍ନତି କରିବେ ।
ଜ୍ୟେଷ୍ଠା- ମାଲିମୋକଦ୍ଦମା ସ୍ଥିତି ଅନୁକୂଳ ହୋଇପାରେ । କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା , ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟିହେବାର ସୂଚନା ରହିଛି । ମହିଳାଙ୍କ ପାରିବାରିକ ଟେନ୍ସନ କେତେକଶଂରେ କମିଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।
ପୂ,ଷାଢା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ।
ଉ,ଷାଢା- ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ମକର-
ଉ,ଷାଢା- ବାକି ପଡିଥିବା ଅର୍ଥକୁ ପାଇବେ । ନିଜର ଖର୍ଚ୍ଚକୁ ନିୟନ୍ତ୍ରଣରେ ରଖିବେ । କର୍ମ କ୍ଷେତ୍ରରେ ନିଜର ମାନ ସମ୍ମାନ ବୃଦ୍ଧି ପାଇବ । ପ୍ରେମିକା ପ୍ରେମିକ ମାନେ ନିକଟତା ହୋଇପାରନ୍ତି ।
ଶ୍ରବଣା- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ । ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ।
ଧନିଷ୍ଠା- ଅଫିସ୍ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜର ଘର ଲୋକ ମାନଙ୍କୁ କୈଫିୟତ୍ ଦେବାକୁ ପଡିବାର ଆଶଙ୍କା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରେ ଖୁସୀ ହୋଇପାରନ୍ତି।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।
ଶତଭିଷା-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।
ପୂ,ଭାଦ୍ରପଦ- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମୀଖ ସଭାସମିତିରେ ସମ୍ମାନିତ ହେବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ
ଉ,ଭାଦ୍ରପଦ- ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ । ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । କୌଣସି ଜନକଲ୍ୟାଣ ସଂସ୍ଥାରେ ଉଚ୍ଚପଦପଦବୀ ମିଳିପାରେ ।
ରେବତୀ- ଆଶଙ୍କା ଦୂର ହୋଇଯିବ ଓ ସାମାଜିକ ସମ୍ମାନ ଲାଭ କରିିବେ । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ଖୁସି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
Today Panchang 12th November 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Red Fort Blast : ଆତ୍ମଘାତୀ ନୁହେଁ, ଆକସ୍ମିକ ବିସ୍ଫୋରଣ ....ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣରେ ଆସିଲା ବଡ ଅପଡେଟ୍

Justin Trudeau: ୫୩ ବର୍ଷ ବୟସରେ ପ୍ରେମ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ହଲିଉଡ୍ ପ୍ରେମିକା

Crying Club: ୫୦୦ ଟଙ୍କା ଦିଅନ୍ତୁ ମନ ଖୋଲି କାନ୍ଦନ୍ତୁ , ହାଲୁକା ହୋଇଯିବ ହୃଦୟ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)