/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଦ୍ୱିଜା-ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
କୃତିକା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
କୃତିକା- ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ରୋହିଣୀ- ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ ।
ମୃଗଶିରା- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ଆଦ୍ରା- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ ।
ପୁନର୍ବସୁ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବ॥
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ।
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।
ପୁଷ୍ୟା- ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ ।
ଅଶ୍ଲେଷା- ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ ।
ପୂ,ଫାଲଗୁନି- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ । ଆଲୋଚନା ସମୟରେ ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ ।
ଉ,ଫାଲଗୁନି- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ,ଫଳଗୁନି- ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ ।
ହସ୍ତା- ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ମାଲିକଙ୍କ ସହିତ ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ ।
ଚିତ୍ରା-ଅଫିସରେ ଅବହେଳିତ କାମ ପାଇଁ ଅନୁତାପ କରିବାକୁ ପଡିପାରେ । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ଚିତ୍ରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।
ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
ବିଶାଖା-ପଡୋଶୀ ତଥା ସାଙ୍ଗସାଥୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କାମ ହାସଲ କରିବେ । ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ
ବିଛା-
ବିଶାଖା- ପ୍ରିୟ ଲୋକଙ୍କୁ ନିକଟରେ ପାଇ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକ ମାନେ ଧୋକା ଦେଇପାରନ୍ତି । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ ।
ଅନୁରାଧା- କର୍ମ କ୍ଷେତ୍ରରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ ଧାରଣା ପୋଷଣ କରିପାରନ୍ତି । ଅବସର ବିନୋଦନ କ୍ଷେତ୍ରରେ ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତି ରହିବେ ।
ଜ୍ୟେଷ୍ଠା- ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।
ପୂ,ଷାଢା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ୟ୍ୟକୁ ସମ୍ଭାଳୀ ନେବେ । ସଭାସମିତିରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉତ୍ଫୁଲ୍ଲିତ ହୋଇପାରନ୍ତି ।
ଉ,ଷାଢା- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ ।
ଶ୍ରବଣା- ରାଜନିତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନୋନିବେଶ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ
ଧନିଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ଦେହ ପିଡା ହେତୁ ସବୁ କାର୍ୟ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ ।ପିଲାମାନଙ୍କ ସମସ୍ୟା ବିଷୟକୁ ନେଇ ମନରେ ସରସତା ରହିବ ନାହିଁ ।
ଶତଭିଷା- କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର୍ୟ୍ୟ ହେବେ । ମହିଳା ମାନେ ଖୁସି ଅନୁଭବ କରିବେ । ରାଜନୈତିକ ସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ ସୃଷ୍ଟି ହୋଇପାରେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର୍ଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ପ୍ରେମ ସମ୍ପର୍କ ମଧୁରମୟ ରହିବ ।
ଉ,ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।
ରେବତୀ- ଆଇନର ଦ୍ୱାରସ୍ଥ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)