Horoscope Photograph: (OTV)
ମେଷ-
ଅଶ୍ୱନୀ- ପ୍ରେମ ଜୀବନ ମଧୁରମୟ ରହିବ । କର୍ମ କରିବା ଶୈଳିରେ ପରିବର୍ତନ ଆଣିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ ।
ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ
କୃତିକା-ନୂତନ ବନ୍ଧୁ ଙ୍କ ସହ ସମୟ ବିତାଇବେ । ଭୂମି କ୍ରୟ କରିବାର ସୁଯୋଗ ଅଛି । ମହିଳା ମାନେ ସ୍ୱାଭିମାନ ରହିବେ । ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇପାରେ । ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି ।
ରୋହିଣୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କାର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।
ମୃଗଶିରା- ଛାତ୍ରଛାତ୍ରୀ ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତି ବା ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ପାରିବାରିକ ଜୀବନ ଶାନ୍ତିରେ କଟିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ମାନସିକ ଦୁଃଚିନ୍ତା ଲାଗି ରହିବ ।
ଆଦ୍ରା- ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତୁପକ୍ଷ ଖୁସିହେବେ । ରାଜନିତିରେ ଆଦର ସମ୍ମାନ ପାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।
ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ମୂଳ ଧନରୁବି କ୍ଷତି କରିପାରନ୍ତି । ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି ।
ପୁଷ୍ୟା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ଅଶ୍ଲେଷା- ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ପ୍ରେମ ସମ୍ପର୍କରେ ଦୃଢତା ଆସିପାରେ । ବ୍ୟବସାୟରେ ଉନ୍ନ୍ତି କରିବେ ।
ପୂ,ଫାଲଗୁନି- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ ।
ଉ,ଫାଲଗୁନି- ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
ଉ,ଫାଲଗୁନି- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ ।
ହସ୍ତା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଚିତ୍ରା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଭଗବାନ୍କୁ ସ୍ମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଚିତ୍ରା- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ସ୍ୱାତୀ- ଛାତ୍ରଛାତ୍ରୀଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ହାସଲ କରିବା ଦିଗରେ ଆଗେଇବେ । ରାଜନୀତିରେ ଯଥେଷ୍ଟ ଲାଭ ପାଇବେ ।
ବିଶାଖା- ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ବିଛା-
ବିଶାଖା- ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।
ଅନୁରାଧା- ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ଜ୍ୟେଷ୍ଠା- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ମୂଳା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ପୂ,ଷାଢା- ରାଜନୀତିରେ ଆର୍ଥିକ ଲାଭ ମିଳିପାରେ । ଚାକିରିରେ ପଦୋନ୍ନତିର ଯୋଗ ରହିଅଛି । ଘରେ ଖୁସିର ମାହୋଲ୍ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ
ଉ,ଷାଢା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ।
ଶ୍ରବଣା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।
ଧନିଷ୍ଠା- ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟକଳାପ ବୃଦ୍ଧି ପାଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ୟ୍ୟ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ବ୍ୟବସାୟିକ ସ୍ଥିତି ଅନୁକୁଳ ରହିବ ।
ଶତଭିଷା- ରାଜନୀତିରେ ସତ୍ୟବାଦି ହେବେ । ବନ୍ଧୁଙ୍କ ଠାରୁ ସହାୟତା ପାଇ ପାରନ୍ତି । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ ।
ପୂ,ଭାଦ୍ରପଦ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଉ,ଭାଦ୍ରପଦ- ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳା ମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ ।
ରେବତୀ- ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/uploadimage/library/16_9/16_9_0/Horoscope__1699593984-550765.jpg)