Advertisment

Daily Horoscope 14th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।

Horoscope

Horoscope Photograph: (OTV)

Advertisment

ମେଷ-
ଅଶ୍ୱନୀ- ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। 
ଦ୍ୱିଜା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।
କୃତିକା-ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହୋଇପାରେ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ

Advertisment

ବୃଷ- 
କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ଦାୟିତ୍ୱ ବହନ କରିବେ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।        
ରୋହିଣୀ- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ଆଗକୁ ବଢିବେ ।
ମୃଗଶିରା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ-
ମୃଗଶିରା- କାର୍ଯ୍ୟବ୍ୟସ୍ତତା ମଧ୍ୟରେ ରହି ଖାଇବା ପିଇବାରେ ଅବହେଳା କରି ନିଜର ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ। ବ୍ୟବସାୟ ଓ ପରିବହନ କିନ୍ତୁ ଭଲରେ ଚାଲିବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।
ଆଦ୍ରା- ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ ।
ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ମାଲିମକଦମା ଆପୋଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।
ପୁଷ୍ୟା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ରାଜନୀତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।
ଅଶ୍ଳେଷା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ଗୁରୁଜନଙ୍କ ଆର୍ଶୀବାଦ ଗ୍ରହଣ କରନ୍ତୁ

ସିଂହ-
ମଘା- ପୂର୍ବ ଯୋଜନା ଭଣ୍ଡୁର ହୋଇଯିବା ଆଶଙ୍କାରେ ମାନସିକ ଅସ୍ଥିରତା ସୃଷ୍ଟିହେବ। ପରିବାରରେ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ ।
ପୂ,ଫାଲଗୁନି- ଅସାବଧାନତା କାରଣରୁ ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ । ନିକଟ ସମ୍ପର୍କୀୟଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ବିଚଳିତବୋଧ କରିବେ । ପୁରୁଣା କାମଗୁଡିକର ସମୀକ୍ଷା କରିବେ କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି । 
ଉ,ଫାଲଗୁନି- ଉଚ୍ଚଶିକ୍ଷାର ସୁଯୋଗ ପାଇବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସାମାଜିକ କାର୍ଯ୍ୟରେ ପ୍ରଶଂସା ମିଳିବ । ଧାର୍ମିକ ପରିବେଶରେ ଦେବଦର୍ଶନ ସଙ୍ଗକୁ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment

କନ୍ୟା-
ଉ- ଫାଲ୍‌ଗୁନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ହସ୍ତା- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।  
ଚିତ୍ରା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଛୋଟ  କଳସୀରେ ଜଳ ଓ ଫୁଲ ରଖି ଘରର ସାମ୍ନାରେ ରଖନ୍ତୁ ।

ତୁଳା-
ଚିତ୍ରା- ଗୃହରେ ମାଙ୍ଗଳିକ କାର‌୍ୟ୍ୟ ଅନୁଷ୍ଠିତ ହୋଇପାରେ । ବନ୍ଧୁ ମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ  କରିପାରନ୍ତି। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ ।
ସ୍ୱାତୀ-ରାଜନୀତିରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତି ଅକ୍ଷୁର୍ଣ୍ଣ ରହିବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆତ୍ମବିଶ୍ୱାସ ଏବଂ ଶକ୍ତି ବୃଦ୍ଧି ପାଇବା ଫଳରେ ଉତ୍ସାହିତ ହେବେ ।
ବିଶାଖା- ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରି କଳ୍ପନାରାଇଜରେ ଘୂରି ବୁଲିପାରନ୍ତି। କଠୋର ବାକ୍ୟାଳାପ କାରଣରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ବିଛା-
ବିଶାଖା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଅନୁରାଧା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ଜ୍ୟୋଷ୍ଠା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ମୂଳା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକ ସ୍ଥିିତି ଭଲ ରହିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବା ସହ ଭୂମି, ବାହନ, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ । 
ପୂ,ଷାଢା- ରାଜନୀତିରେ ଶତ୍ରୁମାନେ ପଛଘୁଞ୍ଚା ଦେବେ । ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ଧାରଣା ପୋଷଣ କରିପାରେ। ସ୍ଥଗିତକର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି।
ଉ,ଷାଢା- କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ମକର
ଉ, ଷାଢା- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ ।
ଶ୍ରବଣା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି ।
ଧନିଷ୍ଠା- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ  ହେବ । ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ ।
ଶତଭିଷା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ପରୀକ୍ଷାରେ ସଫଳତାଦି ଅଭିଳାଷ ପୂର୍ଣ୍ଣତା ଲାଭ କରିବ ।
ପୂ,ଭାଦ୍ରପଦ- କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଖାଦ୍ୟ ପେୟ ପ୍ରତି ସଜାଗ ରୁହନ୍ତୁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ 

ମୀନ
ପୂ, ଭାଦ୍ରପଦ- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ଉ, ଭାଦ୍ରପଦ- ରାଜନୀତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ । 
ରେବତୀ- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ