/odishatv-khabar/media/post_attachments/uploadimage/library/16_9/16_9_0/Horoscope_1654136926.jpg)
ମେଷ-
ଅଶ୍ୱନୀ- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ ।
ଦ୍ୱିଜା- କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରିପାରନ୍ତି ।
କୃତିକା- ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
କୃତିକା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।
ରୋହିଣୀ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଙ୍କେତ ମିଳିପାରେ । ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି ।
ମୃଗଶିରା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ପ୍ରିୟତମାଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର୍ଯ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ଆଦ୍ରା- ବ୍ୟବସାୟରେ ଆଶାନୁରୂପକ ଫଳ ପାଇବେ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ । ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।
ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ମାଲିମକଦ୍ଦମା କ୍ଷେତ୍ରରେ ଭଲ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ପୁଷ୍ୟା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଅଶ୍ଲେଷା- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ ।
ପୂ,ଫାଲଗୁନି- କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।
ଉ,ଫାଲଗୁନି- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ
କନ୍ୟା-
ଉ,ଫଳଗୁନି- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ।
ହସ୍ତା- ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ଚିତ୍ରା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ସାମାଜିକ ସ୍ତରରେ ସହମତିରେ କାମକଲେ ଅପେକ୍ଷା କୃତ ସଫଳତା ପାଇପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃ ମାନେ ପଛ ଘୁଞ୍ଚା ଦେବେ । ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ସ୍ୱାତୀ- ପୁରାତନ ରୋଗରୁ ଉପସମ ପାଇବେ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ । ଅଫିସ୍ ରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ ।
ବିଶାଖା- ବିଦ୍ୟାର୍ଥୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।
ଅନୁରାଧା- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । କ୍ରୀଡାକ୍ଷେତ୍ରରେ ଭଲ ସଫଳତା ପାଇବେ ।
ଜ୍ୟେଷ୍ଠା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ ।
ପୂ,ଷାଢା- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
ଉ,ଷାଢା- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ଉ,ଷାଢା-ଅଧିକାଶଂ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କରିବା କଥା ତାହା କରି ସମସ୍ୟାକୁ ଡାକି ଆଣିବେ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ବନ୍ଧୁମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବ ।
ଶ୍ରବଣା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଧନିଷ୍ଠା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ଶାରୀରିକ ସୁସ୍ଥତା ଫେରି ଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
ଶତଭିଷା- କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।
ପୂ,ଭାଦ୍ରପଦ- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।
ରେବତୀ- ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
Today Panchang 14th January 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

History & Origin Of Vastu Shastra: କିଏ ବାହାର କରିଥିଲେ ବାସ୍ତୁଶାସ୍ତ୍ର? କିଏ ଏହାର ଗୁରୁ ଓ କିଏ ଏହାର ଦେବତା?

Defunct CCTV Cameras in Bhawanipatna: ଅନ୍ଧ ହୋଇ ପଡ଼ିଛି ପୋଲିସର ତୃତୀୟ ନୟନ; ବଢୁଛି ଚୋରି-ଡକାୟତି-ଅପରାଧ

Koida Suffocates Under Toxic Dust: ପ୍ରଦୂଷଣର ବିଷବଳୟରେ ଖଣି ରାଜଧାନୀ, ନାଲି କଳା ଧୂଳିର ଆତଙ୍କ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)