Advertisment

Daily Horoscope 15th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- କର୍ମାରମ୍ଭରେ ସଂକଟର ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ। ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ମାନସିକ ଶାନ୍ତି ଲଭିବେ। ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ।

author-image
Deepak Acharya
Daily Horoscope

Daily Horoscope Photograph: (OTV)

ଡିସେମ୍ୱର ୧୫, ସୋମବାର

ମେଷ-        
ଅଶ୍ୱନୀ- କର୍ମାରମ୍ଭରେ ସଂକଟର ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ। ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ମାନସିକ ଶାନ୍ତି ଲଭିବେ। ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ।        
ଦ୍ୱିଜା- କୌଣସି ଅଭାବ ନ ଥାଇ ଅତୀତ ଘଟଣାର ସମୀକ୍ଷାଜନିତ ମନ ବିଷାଦଗ୍ରସ୍ତ ହେବ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ବନ୍ଧୁସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ।    
କୃତିକା- ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ

Advertisment

ମିଥୁନ-    
ମୃଗଶିରା- କର୍ମ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସାଙ୍ଗସାଥୀ ମାନେ ସାହାର୍ଯ୍ୟ ସହଯୋଗ କରିବା ଫଳରେ ଆଶା କରିଥିବା କାମ ଟି ସମ୍ପନ୍ନ କରିପାରିବେ । ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ ।     
ଆଦ୍ରା- ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଜୟଯୁକ୍ତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ ।     
ପୁନର୍ବସୁ- ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ

ସିଂହ-
ମଘା- ମିତ୍ର ମାନଙ୍କ ସହ ସୁ ସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ । ସହକର୍ମୀ କିମ୍ବା ବନ୍ଧୁଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।
ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ନିଜକାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ପାଇ ମନସ୍କାମନା ପୂର୍ଣ୍ଣ ହେବ । 
ଉ- ଫାଲ୍‌ଗୁନୀ- ନିଜ ଲୋକମାନେ କହିବେ ଗୋଟିଏ କଥା ଏବଂ କାମ ବେଳକୁ ଠିକ୍ ତାହାର ଓଲଟା କରିପାରନ୍ତି। ପରିବହନରେ ଲାଭବାନ୍ ହେବେ।ଅତିଥି ସତ୍କାର କରି ଆତ୍ମସନ୍ତୋଷ ଲାଭ କରିବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ

Advertisment

ତୁଳା-
ଚିତ୍ରା- ଯେମିତି ବିଚାର କରିଛନ୍ତି ସେହିପରି କାମ କରିଚାଲନ୍ତୁ ଆଶା ନିଶ୍ଚିତ ପୂରଣ ହୋଇପାରିବ।ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବ। ଆଗାମୀ ସମୟର କେତେକ ଅଧୁରା କାମକୁ ସୁଧାରି ନେବାର ଚେଷ୍ଟା କରିବେ। 
ସ୍ୱାତୀ- ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ ଝମେଲା ଆସିପାରେ। କର୍ମକ୍ଷେତ୍ରରେ ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ।
ବିଶାଖା- ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।ନିିଜ ବୃଦ୍ଧି ବଳ ଓ ବାହୁ ବଳ ପ୍ରୟୋଗ କରି ଧନ ଅର୍ଜନ କରିପାରନ୍ତି । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬        
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ଧନୁ-
ମୂଳା- ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବୀ ହେବେ । ପ୍ରିୟ ଜନ ମାନଙ୍କୁ ଆର୍ଥିକ ସାହାର୍ଯ୍ୟ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । 
ପୂ, ଷାଢା-  ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଦୂର ଯାତ୍ରାରୁ ବହୁତ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ । 
ଉ,  ଷାଢା- ଆୟ ଉପାର୍ଜନରେ ବାଧାସୃଷ୍ଟି ହୋଇପାରେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାନବାହାନର ନବୀକରଣ କରିବା ପାଇଁ ମନ ବଳେଇ ପାରନ୍ତି 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର- ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କୁମ୍ଭ
ଧନିଷ୍ଠା- ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶାଇ ବେପାର ବୃଦ୍ଧି କରିବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । କର୍ମଚାରୀ ମାନେ କାର୍ଯ୍ୟରେ ଦକ୍ଷତା ପ୍ରଦର୍ଶନ କରିବେ । 
ଶତଭିଷା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ
ପୂ,  ଭାଦ୍ରପଦ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ
ପୂ , ଭାଦ୍ରପଦ – କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । 
ଉ , ଭଦ୍ରପଦ - ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
ରେବତୀ – ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

Daily Horoscope
Advertisment
Related Articles
Advertisment