/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବ ।
ଦ୍ୱିଜା- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।
କୃତିକା- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ
ରୋହିଣୀ- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ମୃଗଶିରା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ମୃଗଶିରା-ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ ।
ଆଦ୍ରା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋଜନାକୁ କାର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ପୁନର୍ବସୁ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କର୍କଟ-
ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ ।
ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଅଶ୍ଲେଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପରିବହନ, ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ସିଂହ-
ମଘା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୂ,ଫାଲଗୁନି- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।
ଉ,ଫାଲଗୁନି- କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି । ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫଳଗୁନି- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟାହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ ।
ହସ୍ତା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।
ଚିତ୍ରା- ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ଚିତ୍ରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ସ୍ୱାତୀ-ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ । ଖଳଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ବିଶାଖା- ସତର୍କତା ଅଭାବରୁ କିମ୍ବା ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । ଆନୁଷ୍ଠାନିକ କର୍ମ ସମ୍ପର୍କିତ ଆଲୋଚନାରେ ଟେନ୍ସନ କମିଯିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଅନୁରାଧା- ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳୀରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ ।
ଜ୍ୟେଷ୍ଠା- ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ମୂଳା-ପାରିବାର ରେ ଆଶା କରୁଥିବା କାମ ବାଧାପ୍ରାପ୍ତ ହେବନାହିଁ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର୍ୟ୍ୟରେ ସଫଳତା ହାସଲ କରିପାରିବେ ।
ପୂ,ଷାଢା-ଆପଣଙ୍କ ଲୋକପ୍ରିୟତା ପଡୋଶୀଙ୍କ ଈର୍ଷାପରାୟଣତାକୁ ବଢାଇପାରେ । କର୍ମ କ୍ଷେତ୍ରରେ ନୂତନ କାମର ପରିକଳ୍ପନା କରିବେ, କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି ।
ଉ,ଷାଢା- ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ପ୍ରସାସନିକ କ୍ଷେତ୍ରରେ ସାହାର୍ୟ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ଉ,ଷାଢା- ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।
ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ ।
ଧନିଷ୍ଠା- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।
ଶତଭିଷା- ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବାର ଆଶା ରହିଛି । କର୍ମ କ୍ଷେତ୍ରରେ କଡା ଭାଷା ପ୍ରୟୋଗ କଲେ ଶତ୍ରୁତା ଅର୍ଜନ କରିବେ ।
ପୂ,ଭାଦ୍ରପଦ-ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସାମାଜିକ ସ୍ତରରେ ଆଦର ଅଭ୍ୟର୍ଥନା ସହ ସବୁରି ସଦିଚ୍ଛା ମିଳିବ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ
ପୂ, ଭାଦ୍ରପଦ- ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ । ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।
ଉ, ଭାଦ୍ରପଦ- ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ରେବତୀ- ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହି । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Today Panchang 15th January 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Assembly Delimitation Buzz Returns: ସୀମା ପୁନଃନିର୍ଦ୍ଧାରଣ ଆଶଙ୍କା: ବିଧାୟକଙ୍କ ଛାତି ଧଡ଼ଧଡ଼, ଓଡ଼ିଶା ରାଜନୀତି ଉତ୍ତାପ

Odisha Govt Plans Reservation In Medical: ଓବିସିଙ୍କ ପାଇଁ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

Sathtala Ekadashi: ସ୍ୱର୍ଗରେ ସୁନ୍ଦର ଘରଟିଏ ପାଇଲେ ବ୍ରାହ୍ମଣୀ, କିନ୍ତୁ ସେ ଘରେ ଖାଇବାକୁ ନଥିଲା କାହିଁକି

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)