/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ ।
ଦ୍ୱିଜା- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।
କୃତିକା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
କୃତିକା- ଅଚିହ୍ନା ଲୋକଙ୍କ ଠାରୁ ସାହାର୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।
ରୋହିଣୀ- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ ।
ମୃଗଶିରା- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ରାଜନୀତିରେ ଦଳୀୟ ନେତାଙ୍କ ଠାରୁ ସାବଧାନ୍ ରୁହନ୍ତୁ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ସୁସ୍ଥତା ପ୍ରକାଶ ପାଇବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ ।
ଆଦ୍ରା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର୍ଯ୍ୟ ଠିକ୍ ଭାବରେ କରି ପାରିବେ ନାହିଁ ।
ପୁଷ୍ୟା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାଯ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।
ଅଶ୍ଲେଷା- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ ।
ପୂ,ଫାଲଗୁନି- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ ।
ଉ,ଫାଲଗୁନି- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ ଜ୍ଝ ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ,ଫଳଗୁନି- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି ।
ହସ୍ତା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।
ଚିତ୍ରା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।
ସ୍ୱାତୀ- ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ବିଶାଖା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ
ବିଛା-
ବିଶାଖା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।
ଅନୁରାଧା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଜ୍ୟେଷ୍ଠା- ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।
ପୂ,ଷାଢା- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଉ,ଷାଢା- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜି ବୁଲିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତ
ମକର-
ଉ,ଷାଢା- ଭାତୃ ସଂପର୍କରେ ଉନ୍ନତି ଘଟିବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ଶ୍ରବଣା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଧନିଷ୍ଠା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦକ୍ଷେପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି ।
ଶତଭିଷା- ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।
ପୂ,ଭାଦ୍ରପଦ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ଉ,ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ରେବତୀ- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
Today Panchang 15th October 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

Jail Officials in the Dock: ଜେଲ ଅଧିକାରୀଙ୍କ ଅବହେଳାର ପୋଲ୍ ଖୋଲିଲା DIGଙ୍କ ରିପୋର୍ଟ, ଘଟଣାର ୧୨ ଦିନ ପରେ ବି ପୋଲିସର ହାତ ଖାଲି

BJP Gears Up for Nuapada Battle: ନୂଆପଡା ଦଖଲ ପାଇଁ ବିଜେପିର ବଡ଼ ବ୍ଲୁ-ପ୍ରିଣ୍ଟ, ଜୟ ଢୋଲକିଆଙ୍କ ନାଁ ଫାଇନାଲ୍ କେବଳ ଘୋଷଣା ବାକି

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)