Advertisment

Daily Horoscope 16th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ ।

undefined
Advertisment

ମେଷ-         
ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ ।
ଦ୍ୱିଜା- ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ ।
କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ  ଦଣ୍ଡ ପାଇ ପାରନ୍ତି    
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦୋନ୍ନତି ହେବ ।  କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।
ରୋହିଣୀ- କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ରାଜନିତିରେ ମନର ବଳ ଖୁବ୍ ଟାଣ ରହିବ । ବ୍ୟବସାୟୀ ମାନେ ଉନ୍ନତି ଦିଗରେ ଗତି କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ ।
ମୃଗଶିରା- ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସି୍ଥତମି ଗୁରୁତ୍ୱର ହେବ ନାହିଁ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-    
ମୃଗଶିରା- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି ।  ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।    
ଆଦ୍ରା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।      
ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।
ପୁଷ୍ୟା- କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତମ ଆୟର ପଥ ପରିଷ୍କାର କରିବେ । ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ ।
ଅଶ୍ଲେଷା- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ ।  ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାର‌୍ୟ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସମ୍ପର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ- ଫାଲ୍‌ଗୁନୀ- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ ।
ଉ- ଫାଲ୍‌ଗୁନୀ- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
କନ୍ୟା-
ଉ,ଫଳଗୁନି- ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।
ହସ୍ତା- ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।
ଚିତ୍ରା- ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ପରିବହନରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 
ତୁଳା-
ଚିତ୍ରା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।
ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । 
ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।
ଅନୁରାଧା- ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ଜ୍ୟେଷ୍ଠା- କଚେରି ମାମଲା କାରଣରୁ ଉଦ୍‌ବେଗ ବୃଦ୍ଧି ପାଇବ ।  ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ  କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ପୂ, ଷାଢା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ଉ,  ଷାଢା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ
ମକର-
ଉ,ଷାଢା- ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରାକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।   
ଶ୍ରବଣା- ରାଜନୀତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ, ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।
ଧନିଷ୍ଠା- ଛାତ୍ରଛାତ୍ରୀ ମାନେ ପଢାରେ ଅଗ୍ରଗତି କରିବେ । ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ
ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।
ଶତଭିଷା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ପୂ,  ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର‌୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ ।
ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ  ସ୍ଥାପନ କରିବେ । ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । କୈାଣସି ସଭାରେ ସମ୍ମାନିତ ହେବେ । 
ରେବତୀ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ଗୋମାତାଙ୍କୁ ଗୁଡ,ବୁଟ, ପାଚିଲା କଦଳୀ ଖାଇବାକୁ ଦିଅନ୍ତୁ

Advertisment
Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ