Advertisment

Daily Horoscope 16th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ସ୍ୱାସ୍ଥ୍ୟ  ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।

author-image
Deepak Acharya

ମେଷ-    
ଅଶ୍ୱନୀ- ସ୍ୱାସ୍ଥ୍ୟ  ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।          
କୃତିକା- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।    
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲା ପରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

Advertisment

ବୃଷ-
କୃତିକା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ ।
ରୋହିଣୀ- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍‌ଠିକ୍ ହୋଇଯିବ ।
ମୃଗଶିରା-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ସରକାରଙ୍କ ତରଫରୁ  ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।
ଆଦ୍ରା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।    
ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଉପୁଜିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ । ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ ।  ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ ।
ଅଶ୍ଲେଷା- ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ମଘା- ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର‌୍ୟ୍ୟ ହାସଲ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି ।
ପୂ- ଫାଲ୍‌ଗୁନୀ- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ଉ- ଫାଲ୍‌ଗୁନୀ- ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଉ,ଫଳଗୁନି- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।
ହସ୍ତା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । 
ଚିତ୍ରା- ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-
ଚିତ୍ରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ ।
ସ୍ୱାତୀ- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।
ବିଶାଖା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।
ଅନୁରାଧା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଜ୍ୟେଷ୍ଠା-ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା- ଶରୀରର ନିମ୍ନାଂଶରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମିମାନେ ବିରୋଧ କରିପାରନ୍ତି ।
ପୂ, ଷାଢା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ  ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।
ଉ,  ଷାଢା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ  ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-
ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ଶ୍ରବଣା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।
ଧନିଷ୍ଠା- ଶତୃକୁ ଶରଣାଗତ କରାଇପାରନ୍ତି ।  ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ
ଧନିଷ୍ଠା- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ ।  ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।
ଶତଭିଷା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷ ହାସଲ କରିପାରିବେ ।
ପୂ,  ଭାଦ୍ରପଦ- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି ।
ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ ।
ରେବତୀ- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ ।  ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Horoscope
Advertisment