Advertisment

Daily Horoscope 16th October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ। ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ। ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ।

Horoscope

Horoscope Photograph: (OTV)

Advertisment

ମେଷ-    
ଅଶ୍ୱନୀ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।            
କୃତିକା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । 
ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ  ଯନ୍ତ୍ରର ଶିକାର ହୋଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ ।
ରୋହିଣୀ- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ଥୀ ପଢାରେ ତୃଟି କରିପାରନ୍ତି ।
ମୃଗଶିରା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 
ମିଥୁନ-
ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।     
ଆଦ୍ରା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ । 
ପୁନର୍ବସୁ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
ପୁନର୍ବସୁ- ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ପୁଷ୍ୟା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ଅଶ୍ଲେଷା- କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଜମି-ବାଡି ଭାଗ-ଭାଗ କରି ପାରନ୍ତି । ମହିଳା ମାନେ ଚିନ୍ତାଗ୍ରସ୍ତ ଥିଲେ ମଧ୍ୟ ସହନଶୀଳତା ଭାବ ଜାଗ୍ରତ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ
ସିଂହ-
ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି । 
ପୂ- ଫାଲ୍‌ଗୁନୀ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଉ- ଫାଲ୍‌ଗୁନୀ- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ,ଫଳଗୁନି- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ହସ୍ତା- ରାଜନୀତି କର୍ମୀ ମାନେ କୈାଣସି ସଭାରେ ଯୋଗ ଦେବେ । ଅବିବାହିତଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ । ବିଦ୍ୟାର୍ଥୀ ମାନେ ହତୋତ୍ସାହ ହେବେ ।
ଚିତ୍ରା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ୧
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ   
ତୁଳା-
ଚିତ୍ରା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ । 
ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି ।
ବିଶାଖା- ଆଇନର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
ବିଛା-
ବିଶାଖା- ନେତ୍ର ଜନିତ ସମସ୍ୟା ଅନୁଭବ କରି ପାରନ୍ତି ।  ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ଅନୁରାଧା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।  ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।
ଜ୍ୟେଷ୍ଠା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା-  ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍‌ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି  ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଉ,  ଷାଢା-  ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦୟ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ଉ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।  ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଶ୍ରବଣା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ ।
ଧନିଷ୍ଠା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ
ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବଣେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । 
ଶତଭିଷା- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ ।  ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ପୂ,  ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ  ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ଉ,ଭାଦ୍ରପଦ- ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।
ରେବତୀ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment
Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ