Advertisment

Daily Horoscope 17th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିନପାରେ। ବିଭିନ୍ନ ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟସ୍ତ କରାଇବ। ଶୃଙ୍ଖଳିତ କର୍ମ, ସନ୍ତୁଳିତ ଖାଦ୍ୟ, ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ ।

undefined

Horoscope Photograph: (OTV)

Advertisment

ମେଷ-
ଅଶ୍ୱନୀ- ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିନପାରେ। ବିଭିନ୍ନ ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟସ୍ତ କରାଇବ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ।
ଦ୍ୱିଜା- ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ । ପଡ଼ୋଶିନୀ କିମ୍ବା ସମ୍ପର୍କୀୟା ଭଉଣୀଙ୍କ ସହ ମତାନ୍ତର ସୃଷ୍ଟି କରିବ। ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ।
କୃତିକା- ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନାହିଁ। 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ପୈତୃକ ସମ୍ପତିକୁ ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ ।
ରୋହିଣୀ- ଶୃଙ୍ଖଳିତ କର୍ମ, ସନ୍ତୁଳିତ ଖାଦ୍ୟ, ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ ।
ମୃଗଶିରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଅନ୍ୟ ମାନଙ୍କ କଥା ଶୁଣନ୍ତୁ , ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ମୃଗଶିରା- କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡିତ କରିବ। ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ।
ଆଦ୍ରା- ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ । ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ।
ପୁନର୍ବସୁ- ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଧାତୁ, ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ ।
ପୁଷ୍ୟା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ ।
ଅଶ୍ଲେଷା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନରେ ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ପୂ,ଫାଲଗୁନି- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି ।
ଉ,ଫାଲଗୁନି- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।  ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ଆଖିରେ ଯନ୍ତ୍ରଣା ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ ।
ହସ୍ତା- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ ।
ଚିତ୍ରା- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -   ଶ୍ରୀ  ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଚିତ୍ରା- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।  ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ସ୍ୱାତୀ- ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ । ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ। 
ବିଶାଖା- ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁସମ୍ପର୍କ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ ।
ଅନୁରାଧା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।
ଜ୍ୟେଷ୍ଠା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ଅଜୀର୍ଣ୍ଣ ଓ ଅମାଶୟ ଦେଖାଦେଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ପୂ,ଷାଢା- ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ । ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ।
ଉ,ଷାଢା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର୍ଯ୍ୟରେ ସଫଳତା ହାସଲ କରିପାରିବେ ।
ଶ୍ରବଣା- ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।
ଧନିଷ୍ଠା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର‌୍ୟ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେନି। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ।
ଶତଭିଷା- ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭ । ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। 
ପୂ,ଭାଦ୍ରପଦ- ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ। ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଇଚ୍ଛାନୁଯାୟୀ କାମଗୁଡ଼ିକ ହେବାରୁ ମାନସିକ ସ୍ଥିରତା ରହିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ ।  ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।
ଉ,ଭାଦ୍ରପଦ- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।
ରେବତୀ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।  ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Advertisment
Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ