/odishatv-khabar/media/media_files/uploadimage/library/16_9/16_9_0/Horoscope_1722650611-952301.jpg)
ମେଷ-
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଦ୍ୱିଜା-ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
କୃତିକା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
କୃତିକା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ ।
ରୋହିଣୀ- ରାଜନୀତିରେ ସହାନୁଭୁତି ମିଳିବ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । ଘରେ କୈାଣସି ଧାର୍ମିକ କାର୍ୟ୍ୟନର ରୂପରେଖ ତିଆରି କରି ପାରନ୍ତି ।
ମୃଗଶିରା- ଯାନବାହନ, ସଭାସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଫଟୋକୁ ପୂଜା କରନ୍ତୁ
ମିଥୁନ-
ମୃଗଶିରା- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ଆଦ୍ରା- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ ।
ପୁନର୍ବସୁ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସକାଳୁ ସକାଳୁ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ମାନସିକ ଅସ୍ଥିରତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।
ପୁଷ୍ୟା- କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ପାଇବେ। ଆଜିର ଅଧିକାଂଶ ସମୟ ବନ୍ଧୁଙ୍କ ସହଯୋଗ କାରଣରୁ ଭଲ ରହିବ। ଅଫିସ୍ରୁ ଆସିବା ବେଳକୁ ମନ ପସନ୍ଦର ଜିନିଷ କିଣିବାରେ ସମର୍ଥ ହେବେ।
ଅଶ୍ଲେଷା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟ କଚେରୀ ମାମଲାରେ ଚିନ୍ତା ରେ ରହିବେ । ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବାପା ମା ଙ୍କ ସେବା କରନ୍ତୁ
ସିଂହ-
ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭିଜ୍ଞତା ହାସଲ କରିବେ ।
ପୂ,ଫାଲଗୁନି- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ । ଆଲୋଚନା ସମୟରେ ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ ।
ଉ,ଫାଲଗୁନି- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ,ଫଳଗୁନି-ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ବିଳସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିବେ ।
ହସ୍ତା- ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭ, ଉଚ୍ଚ ପଦପଦବୀ ପ୍ରାପ୍ତି ଓ ବୈଷୟିକ ସୁଖ,ସମୃଦ୍ଧି ଦିଗରେ ଅନୁକୂଳତା ସୃଷ୍ଟି କରିବେ। ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନିତିରେ ଗମ୍ଭୀର ପ୍ରସଙ୍ଗରେ କଥା ହେବେ ।
ଚିତ୍ରା- କୌଣସି ଏକ ସାଧାରଣ କଥାର ଆଲୋଚନା ଭିତରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । କଳା, ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ
ତୁଳା-
ଚିତ୍ରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ ।
ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
ବିଶାଖା-ପଡୋଶୀ ତଥା ସାଙ୍ଗସାଥୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କାମ ହାସଲ କରିବେ । ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ
ବିଛା-
ବିଶାଖା-ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇପାରନ୍ତି । ଆବଶ୍ୟକ ସ୍ଥଳେ ସହଯୋଗ ପାଇ ପାରିବାରିକ ସ୍ତର ହସ ଖୁସିରେ କଟିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ ।
ଅନୁରାଧା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାହିତ୍ୟ,କଳା, କ୍ରୀଡା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ଜ୍ୟେଷ୍ଠା- ଅସମୟରେ ପାଖପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବା ସଙ୍ଗକୁ ବାଇଦା ପଡିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।
ପୂ,ଷାଢା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ୟ୍ୟରକୁ ସମ୍ଭାଳୀ ନେବେ । ସଭାସମିତିରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉତ୍ଫୁଲ୍ଲିତ ହୋଇପାରନ୍ତି ।
ଉ,ଷାଢା- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।
ଶ୍ରବଣା- ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଏବଂ ଆଦର୍ଶବାଦୀ ହୋଇ ପ୍ରଶଂସିତ ହେବେ । କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ।
ଧନିଷ୍ଠା- ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବେ । ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିବିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଧଳା ରଙ୍ଗର ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- ଦେହ ପିଡା ହେତୁ ସବୁ କାର୍ୟ୍ୟ୍ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ ।ପିଲାମାନଙ୍କ ସମସ୍ୟା ବିଷୟକୁ ନେଇ ମନରେ ସରସତା ରହିବ ନାହିଁ ।
ଶତଭିଷା- କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର୍ଯ୍ୟ ହେବେ । ମହିଳା ମାନେ ଖୁସି ଅନୁଭବ କରିବେ । ରାଜନୈତିକ ସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ ସୃଷ୍ଟି ହୋଇପାରେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଘର ଲୋକଙ୍କ ସାହାର୍ୟ୍ୟ ରେ ଅଧୁରା କାମ ପୂରା କରିବେ । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ହେବ ।
ଉ,ଭାଦ୍ରପଦ-ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।
ରେବତୀ- ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ଦୂରେଇ ଯିବା ଫଳରେ ଶତୃମାନେ ଦୁର୍ବଳ ହେବେ । ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବ । ସାବଧାନ ରୁହନ୍ତୁ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Today Panchang 17th February 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Yoga Practice to Cure Back Pain: ଚେୟାରରେ ବସି ବସି ପିନ୍ଧୁଛି କି ଅଣ୍ଟା-ପିଠି… ୧୫ ମିନିଟର ଯୋଗ ଅଭ୍ୟାସ; ଯନ୍ତ୍ରଣା ଗାୟବ

Raseshwari Panigrahi Passes Away: ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀ ୭୯ ବର୍ଷରେ ପରଲୋକ

Vaastu Sastra & Vaastu Purusha: କେବେଠୁ ଆରମ୍ଭ ହେଲା ବାସ୍ତୁଶାସ୍ତ୍ର? ବାସ୍ତୁର ଦେବତା କିଏ ଅଛନ୍ତି କି? ହିନ୍ଦୁ ପୁରାଣରେ ଏ ସଂପର୍କରେ କଣ କୁହାଯାଇଛି?

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)