/odishatv-khabar/media/media_files/2025/10/31/horoscope-2025-10-31-08-27-57.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ।
ଦ୍ୱିଜା- ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି।
କୃତିକା- ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ।
ରୋହିଣୀ- ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦ୍ୟାର୍ଥୀ ମାନେ ପଢାରେ ପେଛଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ।
ମୃଗଶିରା-ଅଯଥା କଥାକୁ ନେଇ ଚିନ୍ତା କରିପାରନ୍ତି । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମନୋରଞନ କାର୍ଯ୍ୟରେ ବା ନୃତ୍ୟ ଗୀତରେ ମଜ୍ଜି ରହିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ
ଆଦ୍ରା- କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ୟ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବ।
ପୁନର୍ବସୁ- ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ ।
ପୁଷ୍ୟା- ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସାଙ୍ଗ ସାଥିଙ୍କ ସହ ଦୂର ସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।
ଅଶ୍ଲେଷା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ
ସିଂହ-
ମଘା- ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ।
ପୂ,ଫାଲଗୁନି- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।
ଉ,ଫାଲଗୁନି- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଦୂର ଯାତ୍ରାରେ ଲକ୍ଷ ପୂରଣ କରିପାରନ୍ତି।
ହସ୍ତା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ ।
ଚିତ୍ରା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ସ୍ୱାତୀ- ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।
ବିଶାଖା- ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ପାରିବାରିକ ଜୀବନରେ ପ୍ରେରଣା ମିଳିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଅନୁରାଧା- ଶତୃ ଭୟ ସଦାସର୍ବଦା ଦେଖାଦେବ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।
ଜ୍ୟେଷ୍ଠା-ପିତୃ ପୁରୁଷ ସମ୍ପତିରୁ ଭାଗ ପାଇ ପାରନ୍ତି । ଓକିଲ ମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।
ପୂ,ଷାଢା- ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଉ,ଷାଢା- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।
ଶ୍ରବଣା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଆତ୍ମବୃଦ୍ଧି ହେବ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।
ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।
ଶତଭିଷା- କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।
ପୂ,ଭାଦ୍ରପଦ- ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ ।
ଉ,ଭାଦ୍ରପଦ- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।
ରେବତୀ- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Today Panchang 17th November 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Ekalavya Award: ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତାପର୍ଣ୍ଣା ପଣ୍ଡାଙ୍କୁ ଏକଲବ୍ୟ ପୁରସ୍କାର ପ୍ରଦାନ, ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଓ ଟେନିସ୍ ଖେଳାଳି ଆହାନ ସମ୍ମାନିତ

15 Deaths a Day on Roads: ରାସ୍ତା ନେଉଛି ଦିନକୁ ୧୫ ମୁଣ୍ଡ, ବ୍ଲାକ ସ୍ପଷ୍ଟରେ ଇଞ୍ଜିନିୟରିଂ ସଲ୍ୟୁସନ୍ ଲାଗି ମାଷ୍ଟର ପ୍ଲାନ୍

Tragic End for the ‘Second God’: ଅନ୍ୟକୁ ମରଣ ମୁହଁରୁ ଛଡ଼ାଇ ଆଣୁଥିଲେ, ନିଜ ବେଳକୁ ହାରିଗଲେ ଦ୍ବିତୀୟ ଈଶ୍ବର

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)