Advertisment

Daily Horoscope 17th October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

author-image
Deepak Acharya
undefined

ମେଷ-
ଅଶ୍ୱନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଦ୍ୱିଜା-    ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । କାମ ଗୁଡିକ ସୁରୁଖୁରୁରେ ହେଇଯିବ ।  ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ ।
କୃତିକା- ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି ।  ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।
ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । 
ମୃଗଶିରା- ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 
ମିଥୁନ-
ମୃଗଶିରା- କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ ।  ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ   
ଆଦ୍ରା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ ।
ପୁନର୍ବସୁ- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା,  ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।
ପୁଷ୍ୟା- ଆର୍ଥିକ  କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।
ଅଶ୍ଲେଷା-ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ ।  ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ  କାମ ପୂର୍ଣ୍ଣ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇ ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ,ଫାଲଗୁନି- ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ ।  ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି 
ଉ,ଫାଲଗୁନି- ଅଦାଲତରୁ ଶୁଭଫଳ ପାଇବେ । ମହିଳା ମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ପୂଜା କରନ୍ତୁ
କନ୍ୟା-
ଉ,ଫଳଗୁନି- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  
ହସ୍ତା-ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ ।  ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର‌୍ୟ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ଚିତ୍ରା-ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ସ୍ୱାତୀ- ପ୍ରେମ ସମ୍ପର୍କ ମଜବୁତ ରହିବ ।  ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛକ୍ଷତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ବିଶାଖା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।
ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଜ୍ୟେଷ୍ଠା- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ । କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ ।
ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ଉ,ଷାଢା- ପରିବାର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।
ଶ୍ରବଣା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଧନିଷ୍ଠା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍‌ବିଗ୍ନ ରହିବ  
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ ।  ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶତଭିଷା- ଚାକିରିରେ ପ୍ରାଧାନ୍ୟତା ମିଳିବ । ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।
ପୂ,ଭାଦ୍ରପଦ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି ।  ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ  ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଉ,ଭାଦ୍ରପଦ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।
ରେବତୀ- ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ ।  ଶତୃମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

Advertisment
Horoscope
Advertisment
Related Articles
Advertisment