Advertisment

Daily Horoscope 18th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପାରିବାରିକ ସ୍ଥିରତା  ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।

author-image
Deepak Acharya
ଅଦ୍ୟତନ ହୋଇଛି
undefined

Horoscope Photograph: (OTV)

ମେଷ-
ଅଶ୍ୱନୀ- ପାରିବାରିକ ସ୍ଥିରତା  ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।
ଦ୍ୱିଜା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ ।  ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।
କୃତିକା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  
ବୃଷ-
କୃତିକା- ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ଆଶାକରୁଥିବା ଖବର ପାଇ ଖୁସି ହୋଇଯିବେ । ପୁରାତନ ରୋଗରୁ ଉପଶମ ମିଳିବ । 
ରୋହିଣୀ- ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ ।  ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଋଣ ସୂତ୍ରରେ ଅର୍ଥଲାଭ  କରିବେ ।
ମୃଗଶିରା- ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍ ହେବନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ    
ମିଥୁନ-
ମୃଗଶିରା- ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ ।
ଆଦ୍ରା- ବାଦବିଦାଦ, ଓ ସାକ୍ଷାତ୍କାରରେ ମନ ଖୁସି ହୋଇଯିବ । ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଏକାଧିକ କାମରେ ହାତ ଦେଇ ଅସୁବିଧାରେ ପଡି ପାରନ୍ତି ।
ପୁନର୍ବସୁ- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସମ୍ପର୍କିୟ ବନ୍ଧୁ ସାହାର୍ଯ୍ୟ ସହଯୋଗ କରିବେ ।
ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ଅନ୍ୟମନସ୍କ ହେତୁ କୌଣସି ଭୁଲ କାମ କରି ଅନୁତପ୍ତ ହେବେ । ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତନର ଯୋଗ ରହିଛି ।
ଅଶ୍ଲେଷା- ଛାତ୍ରଛାତ୍ରି ମାନେ ବିଦ୍ୟାରେ ମନୋନିବେଶ କରି କୃତିତ୍ୱ ହାସଲ କରିବେ । ଚେଷ୍ଟା କରୁଥିବା କାର‌୍ୟ୍ୟ ସାଧନରେ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି। ନିର୍ମାଣାଧୀନ ଗୃହ, ରାସ୍ତା କାମ, ହଠାତ୍ କିଛିଦିନ ସକାଶେ ଅଟକି ରହିଯାଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ମଘା- ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ପୂ,ଫାଲଗୁନି- ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।
ଉ,ଫାଲଗୁନି- ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ କଚେରି ମାମଲା ସପକ୍ଷରେ ଯିବ । ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଉ,ଫଳଗୁନି- ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି । ଆର୍ଥିକ ସ୍ୱଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ ।
ହସ୍ତା- ଗତକାଲିର କଳି ତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ।
ଚିତ୍ରା- ନୂତନ କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ଜାଗା , ଜମି ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ ।
ସ୍ୱାତୀ- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତ୍ତୃପ୍ତି ଲାଭ କରିବେ । ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି ।
ବିଶାଖା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ 
ବିଛା-
ବିଶାଖା- ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ ।
ଅନୁରାଧା- ସରକାରୀ ସହାୟତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାପଢିରେ ନିରନ୍ତର ମନ ଦେବେ । ବିଭିନ୍ନ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତକରିପାରନ୍ତି । 
ଜ୍ୟେଷ୍ଠା-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ନୂତନ ଯାନବାହନ, ଜମିଜମା , କ୍ରୟବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ପୂ,ଷାଢା- ଦୀର୍ଘଦିନରୁ ଅଟକି ରହିିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
ଉ,ଷାଢା- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅସଂଯତ କାର‌୍ୟ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ଉ,ଷାଢା- କାର୍ଯ୍ୟ ବ୍ୟସ୍ତତା କାରଣରୁ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବେ ରହିପାରିବେ ନାହିଁ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।
ଶ୍ରବଣା- ରାଜନୀତିରେ ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତନ ଦେଖାଦେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନ କରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ । 
ଧନିଷ୍ଠା- ସଭାସମିତିରେ ଏପରି କିଛି ପ୍ରସ୍ତାବମାନ ଦେବେ, ଯାହାକି ବନ୍ଧୁଙ୍କ ମନକୁ ବେଶ୍ ପାଇବ। ପ୍ରକାଶନ, ଏଜେନ୍‌ଶିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇ ପାରନ୍ତି। ଅଭାବବୋଧ ପ୍ରଭୃତି ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ଧନିଷ୍ଠା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ ।
ଶତଭିଷା- ଶିଳ୍ପ, ବାଣିଜ୍ୟ-ବ୍ୟବସାୟରେ ଆଶାନୁରୂପକ ଫଳ ପାଇ ପାରନ୍ତି । ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ  ସହଯୋଗ କରି ଆଗକୁ ଯିବେ । ରାଜନିତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।
ପୂ,ଭାଦ୍ରପଦ- ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । କଚେରି ମାମଲା ମନ୍ଥର ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ । ପ୍ରେମିକ ପ୍ରେମିକ ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । 
ଉ,ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ ।  କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାର୍ଯ୍ୟ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବେ।
ରେବତୀ- ଅଭିଳାଷ ପୂରଣ ଅଭାବରେ ମାନସିକ ଅବସାଦ ହେତୁ ବିରସମନା ରହିବେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂରହୋଇଯିବ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

Advertisment
Horoscope
Advertisment
Related Articles
Advertisment