Advertisment

Daily Horoscope 18th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ବନ୍ଧୁ, ପରିଜନକୁ ନିଜର ମନ କଥା ପ୍ରକାଶ କରିବେ ।  କୈାଣସି କାମରେ ଯଥେଷ୍ଟ ଲାଭ ହେବ ।  ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।

author-image
Deepak Acharya
Horoscope

Horoscope Photograph: (OTV)

ମେଷ-    

ଅଶ୍ୱନୀ- ବନ୍ଧୁ, ପରିଜନକୁ ନିଜର ମନ କଥା ପ୍ରକାଶ କରିବେ ।  କୈାଣସି କାମରେ ଯଥେଷ୍ଟ ଲାଭ ହେବ ।  ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।            
ଦ୍ୱିଜା ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତ୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି 
କୃତିକା- ମହିଳା ମାନେ ବାହାରକୁ ବୁଲିବ। ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତନ ହେବ 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୁଖିଙ୍କର ମନ୍ତ୍ର ପାଠ କରନ୍ତୁ ।

Advertisment

ବୃଷ-

କୃତିକା- ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା  ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ରୋହିଣୀ- ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ ।
ମୃଗଶିରା- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ  ମିଳିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ମିଥୁନ-

ମୃଗଶିରା- ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ୍ୟ ସାଧନରେ ବିଳମ୍ବ ଘଟିବ ।  
ଆଦ୍ରା- କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ ।    
ପୁନର୍ବସୁ- ଦଳୀୟ କର୍ମୀ ମାନେ ସାଙ୍ଗଠନିକ କାର‌୍ୟ୍ୟରେ ଯୋଗ ଦେବେ । ମହିଳା ମାନେ ସୁଖି ରହିବେ ।  ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-

ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ  ଦିଅନ୍ତୁ ।  ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।
ପୁଷ୍ୟା- ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନୀତିରେ ମୁଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ ।
ଅଶ୍ଲେଷା- ପୌତୃକ ସମ୍ପତ୍ତିକୁ  ନେଇ ଭାଗ ଦେଖାଦେବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ-

ମଘା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ପୂ- ଫାଲ୍‌ଗୁନୀ - ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ରାଜନୀତିରେ  ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଉ- ଫାଲ୍‌ଗୁନୀ- ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-

ଉ,ଫଳଗୁନି- ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ  ମତାନ୍ତର ଦେଖାଦେବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ ।
ହସ୍ତା- ଛାତ୍ରଛାତ୍ରୀ ମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ମାଲିକଙ୍କ ସହିତ ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । 
ଚିତ୍ରା-ଅଫିସରେ ଅବହେଳିତ କାମ ପାଇଁ ଅନୁତାପ କରିବାକୁ ପଡିପାରେ । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତ୍ତି ନେବାକୁ ପଡିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  

ତୁଳା-

ଚିତ୍ରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ ।
ସ୍ୱାତୀ- ରାଜନୀତିରେ ସାହସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ ।  ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।
ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ  ମନରେ ନୂଆ ନୂଆ ବିଚାର ଆସିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-

ବିଶାଖା- ପ୍ରିୟ ଲୋକଙ୍କୁ ନିକଟରେ ପାଇ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ବିଶ୍ୱାସୀ ଲୋକ ମାନେ ଧୋକା ଦେଇପାରନ୍ତି । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ
ଅନୁରାଧା- କର୍ମ କ୍ଷେତ୍ରରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ ଧାରଣା ପୋଷଣ କରିପାରନ୍ତି । ଅବସର ବିନୋଦନ କ୍ଷେତ୍ରରେ ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ ।
ଜ୍ୟେଷ୍ଠା- ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରସନ୍ନ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ସାହିତ୍ୟ, ସଙ୍ଗୀତ ଓ ସୃଜନଶୀଳତା ବୃଦ୍ଧି ପାଇବ ।
ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-

ମୂଳା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । ଚାକିରିରେ କ୍ରୋଧର ବଶବର୍ତ୍ତୀ ହୁଅନ୍ତୁ ନାହିଁ ।
ପୂ, ଷାଢା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।  
ଉ,  ଷାଢା- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ଯ୍ୟରେ ବା କଳା ସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ ।

ମକର-

ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ  କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ ।
ଶ୍ରବଣା- ରାଜନୀତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ
ଧନିଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗୀ କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ -

ଧନିଷ୍ଠା- ଆପଣଙ୍କ କାମରେ ଜୀବନ ସାଥି ପ୍ରସନ୍ନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ ।
ଶତଭିଷା- ଅଫିସ୍‌ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ ।  ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ ।
ପୂ,  ଭାଦ୍ରପଦ- ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ନିଜ ଲୋକ ମାନଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ମୀନ -

ପୂ,ଭାଦ୍ରପଦ- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍‌ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ପ୍ରେମ ସମ୍ପର୍କ ମଧୁରମୟ ରହିବ ।  
ଉ,ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।
ରେବତୀ- ଆଇନ ର ଦ୍ୱାରସ୍ଥ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ ।

Daily Horoscope
Advertisment
Related Articles
Advertisment