Advertisment

Daily Horoscope 18th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ  ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।

Horoscope

Horoscope Photograph: (OTV)

Advertisment

ଡିସେମ୍ୱର ୧୮- ରବିବାର

ମେଷ

ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ  ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।
ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।  ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।
କୃତିକା – ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ,ସଭାସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ ।

Advertisment

ବୃଷ 

କୃତିକା- ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିଲେ ମଧ୍ୟ ପ୍ରତିବନ୍ଧକ ପିଛା ଛାଡିବ ନାହିଁ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ରୋହିଣୀ- ସାଧାରଣ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ମନ୍ଦ ହେବନି । ପଡ଼ୋଶୀ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗଲାଭର ସୂଚନା ରହିଛି। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ମୃଗଶିରା- ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହେବ । ଆତ୍ମୀୟଙ୍କ ଅନାଦରଭାବ, ଅସ୍ଥିରତାଯୁକ୍ତ ନିଷ୍ପତ୍ତି, ମନକୁ ହଲଚଲ କରିପାରେ। ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ

ମୃଗଶିରା  - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  
ଆଦ୍ରା -  ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।  ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ -  ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

Advertisment

କର୍କଟ

ପୁନର୍ବସୁ- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।  ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।   
ପୁଷ୍ୟା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଅଶ୍ଲେଷା- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି  ଖାଇ ଘରୁ ବାହାରନ୍ତୁ

ସିଂହ

ମଘା – ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ 
ପୂ , ଫାଲଗୁନୀ - ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଉ ,ଫାଲଗୁନୀ – ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment

କନ୍ୟା

ଉ,ଫଳଗୁନି- ବନ୍ଧୁଙ୍କ ସହ ଆକସ୍ମିକ ଭ୍ରମଣ ସୁଯୋଗ ଲାଭକରିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ହେତୁ ସାମାନ୍ୟ ଖୁସିର ଝଲକ ପରିଲକ୍ଷିତ ହେବ। ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ ।
ହସ୍ତା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି
ଚିତ୍ରା- ପବ୍ଲିକକେଶନ, ପ୍ଲଟିଂ କାରବାର, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ମିଳିବ। କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା 

ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।  ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । 
ସ୍ୱାତୀ – ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ବିଶାଖା – ଉପରିସ୍ଥ କର୍ମଚାରୀ ମାନଙ୍କ  ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ବିଛା

ବିଶାଖା- କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟ କାରବାରରେ ଉନ୍ନତି କରିବେ। ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
ଅନୁରାଧା- ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କାମ ହାସଲ କରିବାର ସୌଭାଗ୍ୟ ଅର୍ଜନ କରିପାରନ୍ତି । ପ୍ରଶଂସା ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି।
ଜ୍ୟେଷ୍ଠା- ଯାହା ଆଶା କରୁଛନ୍ତି ତାହା ପାଇବେ। ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯     
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ

ଧନୁ

ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । 
ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । 
ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଆଜ୍ଞା ପାଳନ କରିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଶୀର୍ବାଦ ପାଇବେ । 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର

ଉ,ଷାଢା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ଶ୍ରବଣା- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର‌୍ୟ୍ୟସିଦ୍ଧି କରାଇବ। ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।
ଧନିଷ୍ଠା- ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ 

କୁମ୍ଭ

ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । 
ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । 
ପୂ , ଭାଦ୍ରପଦ  – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ

ପୂ,ଭାଦ୍ରପଦ- କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟରେ ତିକ୍ତତା ଦେଖାଦେବ। ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଉ,ଭାଦ୍ରପଦ- ବନ୍ଧୁଙ୍କ ଆଦରସୁହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ରେବତୀ- କେତେକ କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର –  ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ ।

Horoscope Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ