Advertisment

Daily Horoscope 19th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।

author-image
Deepak Acharya

ମେଷ
ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।ଯେଉଁ କାମ କରିବାକୁ ଚାହିବେ ତାହା ସଂମ୍ପୂର୍ଣ୍ଣ କରିବେ । 
ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର‌୍ୟ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। କଳା କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ । 
କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ 

Advertisment

ବୃଷ-
କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି ।
ମୃଗଶିରା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 

ମିଥୁନ
ମୃଗଶିରା- ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ। 
ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ ।  ଧର୍ମାନୁଷ୍ଠାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଂଖ୍ୟା ବଢିବ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । 
ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମାଲିମୋକଦ୍ଦମାରେ ସାମାନ୍ୟ ସଫଳତା ମିଳିବ । ମହିଳାମାନଙ୍କ ଦିନ ଭଲରେ କଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ  ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

Advertisment

କର୍କଟ-
ପୁନର୍ବସୁ-ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇ ଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।
ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ଅଶ୍ଲେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ
ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ । ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ । 
ପୂ , ଫାଲଗୁନୀ -  ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀମାନେ ପଢାରେ ଚିନ୍ତିତ ରହିବେ ।
ଉ ,ଫାଲଗୁନୀ –  ଭୂ-ସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ

କନ୍ୟା-
ଉ,ଫଳଗୁନି- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ ।
ହସ୍ତା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଚିତ୍ରା- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି  ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା -
ଚିତ୍ରା – ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ ।
ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।  ମହିଳାମାନେ ତିରସ୍କୃତ ହୋଇପାରନ୍ତି ।
ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବିଶାଖା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ ।
ଅନୁରାଧା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା, ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।  
ଜ୍ୟେଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଧନୁ
ମୂଳା –  ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ହୋଇଯିବେ । ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି ।  ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।
ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।
ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ଉ,ଷାଢା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକମାନେ ଲକ୍ଷ୍ୟ ଦିଗରେ ଆଗେଇବେ ।
ଶ୍ରବଣା- ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।
ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ
ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । ଘର ଲୋକଙ୍କ ସାହାର୍ଯ୍ୟରେ ଅଧୁରା କାମ ପୂରା କରିବେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ ।
ଶତଭିଷା – ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ । କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ 
ପୂ , ଭାଦ୍ରପଦ  – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ପୂ,ଭାଦ୍ରପଦ- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ ।
ଉ,ଭାଦ୍ରପଦ- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ ।  ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ ।  ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।
ରେବତୀ- କଚେରୀ  ମାମଲା ମାନସିକ ସ୍ଥିତିକୁ  ବିଗାଡି ଦେଇପାରେ । ଛାତ୍ରଛାତ୍ରୀମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

Horoscope
Advertisment
Related Articles
Advertisment