/odishatv-khabar/media/media_files/2025/12/01/horoscope-2025-12-01-08-26-15.jpg)
Horoscope Photograph: (OTV)
୦୧.ସୋମବାର
ମେଷ-
ଅଶ୍ୱନୀ- କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ
ଦ୍ୱିଜା- ଅତୀତ ଘଟଣା ସକାଶେ ଆଶଙ୍କା କରି ମନ ଅସ୍ଥିର ରହିବ। ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
କୃତିକା- ପୂରୁଣା ଜମିବାଡି କୁ ନେଇ କଳହ ଦେଖାଦେଇପାରେ। ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ। ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ପରିବାରର ଲୋକଙ୍କ ସହଯୋଗ ମନୋଭାବରୁ ଖୁସି ରହିବେ । ସାମୟିକ ପ୍ରତିବନ୍ଧକ କାରଣରୁ କର୍ମକ୍ଷେତ୍ରରେ ସୁଯୋଗର ସଦ୍ବ୍ୟବହାର କରିବା କଷ୍ଟକର ହୋଇପାରେ। ହସ୍ତା ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ
ରୋହିଣୀ- କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ୟ୍ୟଦା ବୃଦ୍ଧି ପାଇବ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।
ମୃଗଶିରା- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ଜାଗା, ଜମି, ସମ୍ପତି ଓ ଯାନବାହନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମିଥୁନ-
ମୃଗଶିରା- ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବା ପାଇଁ ଆପ୍ରାଣ ଉଦ୍ୟମ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା , ଗଣଯୋଗାଯୋଗ ତଥା ଆଇନ ଅଦାଲତରେ ସଫଳତା ପାଇପାରିବେ ।
ଆଦ୍ରା- ଯାତ୍ରା ସମୟରେ, ଯାନବାହନ ଚାଳନାରେ, ଆନୁଷ୍ଠାନିକ କାମରେ ଓ କ୍ରୟବିକ୍ରୟରେ ସତର୍କତା ଅବଲମ୍ବନ କରନ୍ତୁ । ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ପାରିବାରିକ ଜୀବନ କଟିବ ।
ପୁନର୍ବସୁ- ବିଳାସ ବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି , ବାସ୍ତବରେ ସେପରି କିଛି ହେବନି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- କାର୍ଯ୍ୟସିଦ୍ଧିରୁ ମନ ପ୍ରଫୁଲ୍ଲିତ ରହିବ। ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁ ସହଯୋଗ ଓ ସମ୍ମାନ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ
ପୁଷ୍ୟା- ସାଂସ୍କୃତିକ କାର୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବାକି ଥିବା ଅର୍ଥ ପାଇବା ପରେ ବ୍ୟବସାୟୀ ମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ ।
ଅଶ୍ଲେଷା- ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ
ସିଂହ-
ମଘା- ଶାରୀରିକ ଅସୁସ୍ଥତା କେତେକ କାମରେ ପ୍ରତିବନ୍ଧକର କାରଣ ହୋଇପାରେ। କର୍ମକ୍ଷେତ୍ରରେ ପରିସ୍ଥିତି ଜଟିଳ ହେବ ନାହିଁ । ପୂର୍ବଯୋଜନା ଅନୁସାରେ ପ୍ରିୟଜନ ମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି
ପୂ-ଫାଲ୍ଗୁନୀ- ଧାର୍ମିକ କାର୍ଯ୍ୟରେ ମନ ଯୋଗ ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଉ-ଫାଲ୍ଗୁନୀ- କଳା, ସାହିତ୍ୟ, କ୍ରୀଡା ପ୍ରଭୃତି କ୍ଷେତ୍ରରେ ସମସ୍ୟା ଲାଗିରହିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ନିଜ ନିଷ୍ପତ୍ତିକୁ ହଠାତ୍ ବଦଳାଇପାରନ୍ତି । ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି। ଚେଷ୍ଠା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ
ହସ୍ତା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି
ଚିତ୍ରା- ସାମୟିକ ମନରେ ଅଶାନ୍ତି ସୃଷ୍ଟି ହେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଛାତ୍ରଛାତ୍ରୀ ମାନେ ପଢା ପାଇଁ ବିଦେଶକୁ ଯାଇପାରନ୍ତି । ଉତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ
ତୁଳା-
ଚିତ୍ରା- କାର୍ୟ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି । ପ୍ରେମି ଯୁଗଳ ଏକାଠି ସମୟ ବିତାଇବେ । ଆପଣ ଉଚ୍ଚ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ ।
ସ୍ୱାତୀ- ବ୍ୟବସାୟ ବାଣିଜ୍ୟରେ ଲାଭବାନ୍ ହେବାର ସୁଯୋଗ ମିଳିବ । କ୍ୟାରିୟର ପାଇଁ ଅଧିକ ଚିନ୍ତିତ ହେବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ ।
ବିଶାଖା- ରାଜନୀତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ନୂତନ ଯାନ ବାହନ କିଣିବାର ସୁଯୋଗ ଲାଭ କରିବେ । ପୁରୁଣା ଜମି ପାଇଁ ଦ୍ୱନ୍ଦ ଲାଗିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବିଶାଖା- ସାମୟିକ ଭାବରେ ପୁରାତନ ରୋଗ ରୁ ପୀଡ଼ା ଅନୁଭବ କରିପାରନ୍ତି । ନିକଟ ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ
ଅନୁରାଧା- ରାଜନୀତି, ଅଧ୍ୟୟନ ଓ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜିବେ। ପରୋକ୍ଷ ଶତ୍ରୁତା କାରଣରୁ କାମଟିକୁ ସମ୍ପନ୍ନ କରିପାରିବେ ନାହିଁ
ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ
ଧନୁ-
ମୂଳା- ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିପାରିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ମହିଳା ମାନେ ଅଶୁସ୍ଥତା ଅନୁଭବ କରିବେ ।
ପୂ, ଷାଢା- ରାଜନୀତିରେ ଉଚ୍ଚ ପ୍ରଦସ୍ଥ ବ୍ୟକ୍ତି ମାନଙ୍କର ପ୍ରିୟର ପାତ୍ର ହୋଇପାରିବେ । ପରିବାର ପାଇଁ ଅଳଙ୍କାର, ଔଷଧ ପତ୍ର ଦ୍ରବ୍ୟ କ୍ରୟ କରିପାରନ୍ତି । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।
ଉ, ଷାଢା- କଳା, ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ସତ୍ସଙ୍ଗ, ଆନୁଷ୍ଠାନିକ କ୍ଷେତ୍ରରୁ ସୁଫଳ ମିଳିବ। କୋର୍ଟ କଚେରି ମାମଲା କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଯାନ ,ବାହନ କ୍ରୟ କରିବାର ସୁଯୋଗ ସୁବିଧା ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ଉ,ଷାଢା- ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ
ଶ୍ରବଣା- କର୍ମ କ୍ଷେତ୍ରରେ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ୟ୍ୟ ଶେଷ ପର୍ୟ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ
ଧନିଷ୍ଠା- ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ବହୁତ ଖଟଣୀ ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ ।
ଶତଭିଷା- ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ । ବିଦେଶରେ ପଢିବାକୁ ଚାହୁଁଥିବା ବିଦ୍ୟାର୍ଥୀ ମାନେ ପାଇଁ ଭଲ ସୁଯୋଗ ପାଇବେ । ମହିଳା ମାନେ ସୁଖରେ ରହିବେ
ପୂ, ଭାଦ୍ରପଦ- ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଜମି କ୍ରୟ କରି ଖୁସି ରହିବେ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ଆପଣ ସଂକୋଚ ବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ।
ଉ,ଭାଦ୍ରପଦ- ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରି ପାରନ୍ତି। ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ରେବତୀ- ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାରେ ସମର୍ଥ ହେବେ। ଭୁଲ୍ ବୁଝାମଣାରୁ ମାନସିକ ଅବସାଦ ଦେଖାଦେଇପାରେ।ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
Today Panchang 1st December 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Countdown to Barabati: ଡିସେମ୍ବର ୯ରେ ବାରବାଟୀ ଟକ୍କର, ୫ରେ କାଉଣ୍ଟରରେ ମିଳିବ ୧୦ ହଜାର ଟିକେଟ୍

Cyclone Fury Strikes Sri Lanka: ଡିଟଓ୍ୱାର ତାଣ୍ଡବରେ ଶ୍ରୀଲଙ୍କାରେ ପ୍ରଳୟ, ଭାରତ ବଢାଇଲା ବନ୍ଧୁତ୍ବର ହାତ

Deadly Junk Food Threat Rising: ଘାତକ ସାଜୁଛି ଜଙ୍କଫୁଡ୍ , ଲୋକଙ୍କ ସ୍ବାସ୍ଥ୍ୟକୁ ଜଗିବେ ସରକାର

Bhadrak Politics Shake Up: ଭଦ୍ରକ ବିଜେଡିକୁ ୪୪୦ ଭୋଲ୍ଟ ଝଟକା, ଟେନସନ୍ ବଢାଇଲେ ମନମୋହନ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)