Advertisment

Daily Horoscope 1st January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

author-image
Deepak Acharya

ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ଦ୍ୱିଜା- ପରିବାରରେ ସୁସ୍ଥ ବାତାବରଣ ଜାରି  ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ ।  ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।
କୃତିକା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ-    
କୃତିକା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା  ନଥିଲେ ମଧ୍ୟ  କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ ।
ରୋହିଣୀ- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ ।  ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ ।
ମୃଗଶିରା- ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।    
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର –  ଶୁକ୍ରଙ୍କର  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।
ଆଦ୍ରା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ପୁନର୍ବସୁ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।
ଅଶ୍ଳେଷା-  ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ପୂ,ଫାଲଗୁନି- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।  ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ ।
ଉ,ଫାଲଗୁନି- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟରେ ପରିବର୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲା ମାନଙ୍କ ପଢାକୁ ନେଇ ମନ ଖୁସି ରହିବ ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଆନନ୍ଦିତ ହେବେ । ବ୍ୟବସାୟରେ ଭାଗିଦାରୀଙ୍କ ସହ ମତାନ୍ତର ଦୂରେଇ ଯିବ ।
ହସ୍ତା-  କାରବାରରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।
ଚିତ୍ରା- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନୃସିଂଙ୍କର  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି ।
ସ୍ୱାତୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ବିଶାଖା- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।
ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ ।
ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ପୂ,ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।
ଉ,ଷାଢା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର
ଉ, ଷାଢା- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ସାମୟିକ ଦେହପୀଡା ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର‌୍ୟ୍ୟ ବ୍ୟସ୍ତତା ଯୋଗୁଁ  ହଇରାଣ ହୋଇ ପାରନ୍ତି ।
ଶ୍ରବଣା-  ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ ।
ଧନିଷ୍ଠା- ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଚାକିରି କ୍ଷେତ୍ରରେ କୁ ଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।  ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।
ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।  ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।   
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ
ମୀନ
ପୂ, ଭାଦ୍ରପଦ- ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
ଉ, ଭାଦ୍ରପଦ- ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା  କରିବେ । ଉପରିସ୍ଥ କର୍ମଚାରିଙ୍କ ନେତୃତରେ କାର୍ଯ୍ୟ ସମ୍ପାଦନା କରିବେ । ବନ୍ଧୁ ମିଳନ ହୋଇପାରେ । ଆର୍ଥିକ ଲାଭ ସହିତ ସମ୍ପତି ବୃଦ୍ଧି ହେବ ।
ରେବତୀ-  ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

Advertisment
Horoscope
Advertisment
Related Articles
Advertisment