Advertisment

Daily Horoscope 20th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ ।  ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।

undefined
Advertisment

ମେଷ-
ଅଶ୍ୱନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ ।  ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।
ଦ୍ୱିଜା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ ।
କୃତିକା- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
ବୃଷ-
କୃତିକା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।  କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।    
ରୋହିଣୀ- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।  ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ
ମୃଗଶିରା- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ
ମିଥୁନ-
ମୃଗଶିରା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।
ଆଦ୍ରା- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ ।
ପୁନର୍ବସୁ- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ  ମିଳିବ ।  ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ ।  ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
କର୍କଟ-
ପୁନର୍ବସୁ- କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । ଜୀବନ ସାଥିଙ୍କ ସହିତ ସମ୍ବଦ୍ଧ ମଜବୁତ ରହିବ ।
ପୁଷ୍ୟା- ପ୍ରତିଯୋଗିତାରେ ଉତ୍ତିର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ
ଅଶ୍ଲେଷା- ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ    
ସିଂହ-
ମଘା- ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।
ପୂ,ଫାଲଗୁନି- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ଉ,ଫାଲଗୁନି- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ମହିଳା ମିତ୍ରଙ୍କ ସାହାର‌୍ୟ୍ୟ ମିଳିବ 
ହସ୍ତା- ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ଭ୍ରମଣର  ସୁଯୋଗ ରହିଛି ।     
ଚିତ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ନିଜର କାର‌୍ୟ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଚିତ୍ରା- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ ।  ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ ।
ସ୍ୱାତୀ- ସମ୍ପତି ବାଡିକୁ ନେଇ ସାମାନ୍ୟ  ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି ।
ବିଶାଖା- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧୈର୍ଯ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ସନ୍ତାନ ଓ ଜୀବନ ସାଥୀଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ । ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ ।  
ଅନୁରାଧା- ଅନ୍‌ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । 
ଜ୍ୟେଷ୍ଠା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ  ନିବୃତ ରୁହନ୍ତୁ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ନିନ୍ଦାଗାନ କରିପାରନ୍ତି ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ଧନୁ-
ମୂଳା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।
ପୂ,ଷାଢା- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।  ବିଦ୍ୟାର୍ଥୀ  କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ
ଉ,ଷାଢା- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ ।
ଶ୍ରବଣା- ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । କୈାଣସି ବଡ ଧରଣର ଯୋଜନା  କାର୍ଯ୍ୟକାରୀ ହୋଇପାରେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । କ୍ରୋଧକୁ ଆୟତରେ  ରଖନ୍ତୁ ।
ଧନିଷ୍ଠା- ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ନାରୀମାନେ ଈର୍ଷାପରାୟଣ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ ।
ଶତଭିଷା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।
ପୂ,ଭାଦ୍ରପଦ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ମୀନ-
ପୂ,ଭାଦ୍ରପଦ-ପାରିବାରିକ ସମସ୍ୟା ଗୁଡିକ ଧିରେ ଧିରେ ସମାଧାନ ହୋଇ ଶାନ୍ତି ଶୃଙ୍ଖଳାସହ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । 
ଉ,ଭାଦ୍ରପଦ- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । 
ରେବତୀ- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ ।  ଖେଳକୁଦରେ ମନ ଦେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Advertisment
Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ