/odishatv-khabar/media/media_files/uploadimage/library/16_9/16_9_0/Horoscope_1692329039-765747.jpg)
ମେଷ -
ଅଶ୍ୱନୀ- ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
ଦ୍ୱିଜା- ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର ।
କୃତିକା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତାପାଇବେ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ରୋହିଣୀ- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।
ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।
ଆଦ୍ରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।
ପୁନର୍ବସୁ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କାରବାରରେ ଆପଣଙ୍କର ବହୁତ ଲାଭ ହେବ।
ପୁଷ୍ୟା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ କରିବେ । ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।
ଅଶ୍ଲେଷା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ପୂ,ଫାଲଗୁନି- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
ଉ,ଫାଲଗୁନି- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା-
ଉ,ଫଳଗୁନି- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ଶାରିରୀକ ଦୁର୍ବଳତା ଦେଖାଦେବ । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି ।
ହସ୍ତା- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଚିତ୍ରା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
ତୁଳା-
ଚିତ୍ରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।
ବିଶାଖା- ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ ।
ଅନୁରାଧା- ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ଜ୍ୟେଷ୍ଠା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ମୂଳା- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ପୂ,ଷାଢା- ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ଉ,ଷାଢା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ
ମକର-
ଉ,ଷାଢା- କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ ।
ଶ୍ରବଣା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।
ଧନିଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନେ ମନରେ ନୂଆ ନୂଆ ବିଚାର ଆସିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ଶତଭିଷା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।
ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ମନରେ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।
ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ରେବତୀ- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
Today Panchang 20th February 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Action Taken: ଜେଲର୍ ସନ୍ତୋଷିନୀ ଦାଶ ନିଲମ୍ବିତ, ଚୌଦ୍ବାର ଜେଲରୁ ୨ ବିହାରୀ କଏଦୀ ଫେରାର୍ ମାମଲାରେ ହୋଇଥିଲେ ବଦଳି

Jagatpur Explosion: କଟକ ଜଗତପୁର ଅଞ୍ଚଳରେ ବାଣ ବିସ୍ଫୋରଣ, ୩ ଗୁରୁତର SCB ମେଡିକାଲରେ ଭର୍ତ୍ତି

Odisha’s Golden Secret: ଓଡ଼ିଶା ଗର୍ଭରେ ସୁନା ଲୁଚିଥିବା ସ୍ପଷ୍ଟ, ୧୧ ଜିଲ୍ଲାର ମାଟି ତଳେ ସୁନା ଥିବା ନେଇ ବିଧାନସଭାରେ ତଥ୍ୟ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)