Horoscope Photograph: (OTV)
ମେଷ-
ଅଶ୍ୱନୀ- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟବର୍ତ୍ତୀ ହେବେ ।
ଦ୍ୱିଜା-କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି । କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
କୃତିକା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ୟ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ
ବୃଷ-
କୃତିକା- କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ରୋହିଣୀ- ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ । ବିଦ୍ୟାର୍ଥୀଙ୍କୁ ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।
ମୃଗଶିରା- ପ୍ରେମିକା, ପ୍ରେମିକ ମାନଙ୍କ ସମ୍ପର୍କରେ ପରିବର୍ତନ ହୋଇପାରେ । ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । କିଛି ପାରିବାରିକ କଥାକୁ ନେଇ ମନରେ ଅନ୍ତଦ୍ୱର୍ନ୍ଦ ସୃଷ୍ଟି ହୋଇପାରେ ।
ଆଦ୍ରା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହୋଇ ଜନ ସମାଜରେ ମାନ, ସମ୍ମାନ ବୃଦ୍ଧି ହେବା ଯୋଗେ ଆନନ୍ଦିତ ହେବେ । କର୍ମ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବରେ ଗ୍ରହଣ କଲେ କ୍ଷତିରେ ପଡିବେ ।
ପୁନର୍ବସୁ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ଆଧ୍ୟାତ୍ମିକ ଭଅଭଧାରାରେ ଉଦ୍ବୁଦ୍ଧ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚ ପଦପଦବୀ ପାଇବାରେ ସଫଳ ହେବେ । ଛୋଟ ଛୋଟ ସମସ୍ୟାକୁ ଅଣ ଦେଖା ନକରିଲେ ଭଲ ହେବ ।
ପୁଷ୍ୟା- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। ରାଜନୀତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହୋଇପାରନ୍ତି।
ଅଶ୍ଲେଷା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଅଲଗା ଅଲଗା ମାଧ୍ୟମରେ ଧନ ଉପାର୍ଜନ କରିବାରେ ସକ୍ଷମ ହେବେ । କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ମଘା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରିବାରରେ କୈାଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ । ଆଜି ଦିନଟିରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ ।
ପୂ,ଫାଲଗୁନି- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଉ,ଫାଲଗୁନି- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଭାଗିଦାରି ବ୍ୟବସାୟ ପାଇଁ ସାହାର୍ଯ୍ୟ ସହଯୋଗ ଅଚାନକ ମିଳିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ ।
ହସ୍ତା- ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପାଇବେ ।
ଚିତ୍ରା- ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଦାନ ଧର୍ମରେ ଦୀକ୍ଷିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପତି ପତ୍ନୀ ପରସ୍ପର ନିକଟତର ହେବେ ।
ସ୍ୱାତୀ- ଅନ୍ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।
ବିଶାଖା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ ।
ଅନୁରାଧା- ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟର ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି । ରାଜନୀତିକ କାର୍ୟ୍ୟରେ ରୁଚି ବଢ଼ିବ।
ଜ୍ୟେଷ୍ଠା- ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ । ମାଲିମକଦ୍ଦମା, କ୍ରୟବାଣିଜ୍ୟ ସ୍ଥିତି ଅନୁକୂଳ ହୋଇପାରେ। ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।
ପୂ,ଷାଢା- ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ଉ,ଷାଢା- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ
ମକର-
ଉ,ଷାଢା- ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ପ୍ରେମରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ହେବ।
ଶ୍ରବଣା- ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ବେପାରରେ ଅଚାନକ ଫାଇଦା ପାଇବେ ।
ଧନିଷ୍ଠା- ବାହନ କିଣିବା ଲାଗି ମନ ବଳିବ । ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ଆପଣଙ୍କର ଆତ୍ମବିଶ୍ୱାସ ଉଚ୍ଚା ରହିବ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଦୁର୍ବଳତା ହେତୁ ଭୁଲ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି ।
ଶତଭିଷା- ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେ । ଅପେକ୍ଷା କରିଥିବା ସରକାରୀ ସ୍ତରରୁ ଶୁଭ ଖବରଟି ମିଳିବ ।
ପୂ,ଭାଦ୍ରପଦ- ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ପରୋକ୍ଷ ଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ପରିବାର ସଦସ୍ୟଙ୍କ ସବୁ ଦାୟିତ୍ୱକୁ ପୂରଣ କରିବେ । ଜୀବନ ସାଥୀଙ୍କ ସହିତ ନୂଆ ଜାଗାକୁ ବୁଲିଯିବା ପାଇଁ ଯୋଜନା କରିବେ । ଆର୍ଥିକ ପରିସ୍ଥିତି ଆଜି ଅନୁକୂଳ ରହିବ ।
ଉ,ଭାଦ୍ରପଦ- ଲୋକଙ୍କ ସହିତ ଗପି ଆପଣଙ୍କର ବହୁମୂଲ୍ୟ ସମୟ ଆଜି ବର୍ବାଦ କରନ୍ତୁ ନାହିଁ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । କାର୍ଯ୍ୟାଳୟରେ ଉତ୍ତମ କାର୍ଯ୍ୟ କରିବା ପାଇଁ ଉପହାର ମିଳିପାରେ।
ରେବତୀ- ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ । ନୂତନ ଗୃହ ଓ ଜମି କ୍ରୟ କରିବେ । ମହିଳାମାନେ ସ୍ୱାସ୍ଥ୍ୟ ଚିନ୍ତା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)