Horoscope Photograph: (OTV)
ମେଷ-
ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଗୋପନୀୟ କାର୍ୟ୍ୟ ନିର୍ବାହ କରି ଉଦ୍ୱିଘ୍ନ ହେବେ ।
ରୋହିଣୀ- ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।
ମୃଗଶିରା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ମୃଗଶିରା- ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ ।
ଆଦ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ପୁନର୍ବସୁ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।
ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ ।
ଅଶ୍ଲେଷା- ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ
ସିଂହ-
ମଘା- କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ । ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ ।
ପୂ,ଫାଲଗୁନି- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।
ଉ,ଫାଲଗୁନି- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ,ଫଳଗୁନି- ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ ।
ହସ୍ତା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି ।
ଚିତ୍ରା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ଚିତ୍ରା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ସ୍ୱାତୀ- ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।
ବିଶାଖା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ବିଶାଖା- ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି। ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।
ଅନୁରାଧା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ
ଜ୍ୟେଷ୍ଠା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ମୂଳା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ପ୍ରେମିକ ପ୍ରେମିକା ମାନେ ନିଜ ଜୀବନ ସାଥୀକୁ ନେଇ ଭବିଷ୍ୟତର ସ୍ୱପ୍ନ ଦେଖିବେ ।
ପୂ,ଷାଢା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ଉ,ଷାଢା- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ଉ,ଷାଢା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।
ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଧନିଷ୍ଠା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୈାଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ
ଶତଭିଷା-ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।
ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଧର୍ମ ଓ ସାଂସୃତିକ କାର୍ୟ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଉ,ଭାଦ୍ରପଦ- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ରେବତୀ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ପଇସା ଦେବା ନେବା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)