/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି ।
ଦ୍ୱିଜା- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।
କୃତିକା- ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।
ରୋହିଣୀ- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ । ସଭା ସମିତି ପ୍ରଭୁତିରୁ ଅଶ୍ୱସ୍ଥି ଲାଭ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ମୃଗଶିରା- ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ପାଦରେ ଆଘାତ, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।
ଆଦ୍ରା- କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ପୁନର୍ବସୁ- ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ ।
ପୁଷ୍ୟା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖା ଦେଇପାରେ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି ।
ଅଶ୍ଲେଷା- ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।
ପୂ- ଫାଲ୍ଗୁନୀ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।
ଉ- ଫାଲ୍ଗୁନୀ- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି ।
ହସ୍ତା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ ।
ଚିତ୍ରା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ଚିତ୍ରା- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆପଣଙ୍କ ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।
ସ୍ୱାତୀ- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ବିଶାଖା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତନ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ଅନୁରାଧା- ପୁରାତନ ରୋଗରୁ ଉପସମ ପାଇବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ ।
ଜ୍ୟେଷ୍ଠା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ପ୍ରଂଶସା ହେବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ
ଉ, ଷାଢା- ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସି ହେବେ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର,ସମ୍ମାନ ଓ ପ୍ରଶଂସା ପାଇବେ ।
ଶ୍ରବଣା- ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ଧନିଷ୍ଠା- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି । ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ
ଧନିଷ୍ଠା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ
ଶତଭିଷା- ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।
ପୂ, ଭାଦ୍ରପଦ- ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପୂ,ଭାଦ୍ରପଦ- ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାର୍ଶୀବାଦ ପ୍ରାପ୍ତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ଯିବେ ।
ଉ,ଭାଦ୍ରପଦ- ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତ୍ତ କରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ରେବତୀ- ପୈତୃକ ସମ୍ପତି ପାଇଁ ଲାଗିରହିଥିବା ସମସ୍ୟାରୁ ମୁକ୍ତ ହେବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
Today Panchang 21st January 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Zero Tolerance on Obscenity: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳତା ପ୍ରଦର୍ଶନକୁ ନା, ରଦ୍ଦ କରାଯିବ ଯାତ୍ରା ପରିବେଷଣ ଅନୁମତି

OTV Foresight: ଓଟିଭି ଫୋରସାଇଟ୍ ମଞ୍ଚରେ ଓଡ଼ିଶାର ବିକାଶ ଭିଜନକୁ ନେଇ ଆଲୋଚନା, ୨୦୩୬ ବେଳକୁ ଓଡ଼ିଶାକୁ ସମୃଦ୍ଧ ରାଜ୍ୟରେ ପରିଣତ କରାଯିବ

Bhubaneswar Ring Road Work on Fast Track: ୮ ମାସରେ ସରିବ ଭୁବନେଶ୍ବର ରିଂ ରୋଡ୍ କାର୍ଯ୍ୟ, ଓଟିଭି ଫୋରସାଇଟରେ ହର୍ଷ ମାଲହୋତ୍ରାଙ୍କ ସୂଚନା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)