Advertisment

Daily Horoscope 21st November 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଶାରିରୀକ ପୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ  ଦ୍ୱିଜା- ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।

author-image
Deepak Acharya
Horoscope

Horoscope Photograph: (OTV)

ନଭେମ୍ୱର ୨୧ (ଶୁକ୍ରବାର)

ମେଷ-

ଅଶ୍ୱନୀ- ଶାରୀରିକ ପୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ 
ଦ୍ୱିଜା- ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।  
କୃତିକା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

Advertisment

ବୃଷ-

କୃତିକା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ ।
ରୋହିଣୀ- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍‌ଠିକ୍ ହୋଇଯିବ ।
ମୃଗଶିରା-ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-

ମୃଗଶିରା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ଆଦ୍ରା- ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। 
ପୁନର୍ବସୁ- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-

ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ ।  ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ ।
ଅଶ୍ଲେଷା- ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କାର‌୍ୟ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-

ମଘା-ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କୁ ମନ ପସନ୍ଦ ଜାଗାକୁ ବଦଳି ହେବ । ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ ।
ପୂ,ଫାଲଗୁନି- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ଉ,ଫାଲଗୁନି- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ  ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

କନ୍ୟା-

ଉ,ଫଳଗୁନି- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।
ହସ୍ତା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । 
ଚିତ୍ରା- ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-

ଚିତ୍ରା- କମ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । 
ସ୍ୱାତୀ- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ  ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ
ବିଶାଖା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ବିଛା-

ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।
ଅନୁରାଧା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଜ୍ୟେଷ୍ଠା-ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-

ମୂଳା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା     ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।
ପୂ,ଷାଢା- କର୍ତୁପକ୍ଷ ଆପଣଙ୍କୁ କୌଣସି  ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି
ଉ,ଷାଢା- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-

ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ ।  କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ଶ୍ରବଣା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।
ଧନିଷ୍ଠା- ଶତୃକୁ ଶରଣାଗତ କରାଇପାରନ୍ତି ।  ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-

ଧନିଷ୍ଠା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।
ଶତଭିଷା-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ ।  ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।
ପୂ,ଭାଦ୍ରପଦ- ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-

ପୂ,ଭାଦ୍ରପଦ- ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍‌ୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି
ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ ।
ରେବତୀ- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ ।  ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Astrology Horoscope Today
Advertisment
Related Articles
Advertisment