ମେଷ
ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ଖଣିଜ, ଧାତବ ଦ୍ରବ୍ୟ ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।
ଦ୍ୱିଜା – ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳି ନପାରେ । ସାମାଜିକ ଗଣମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।
କୃତିକା – ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ । ରାଜନୀତିଜ୍ଞମାନେ ବାସ୍ତବତା ହୃଦୟଙ୍ଗମ କରି ଦରିଦ୍ର ଜନତାଙ୍କ ସେବା କରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ
ରୋହିଣୀ- ରାଜନୀତିରେ ସାହାସିକ ପଦକ୍ଷେପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳାମାନେ ବନ୍ଧୁପ୍ରିୟ ରହିବେ ।
ମୃଗଶିରା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ
ମୃଗଶିରା - ପରିସ୍ରା ଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।
ଆଦ୍ରା - ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ପୁନର୍ବସୁ – ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଗୃହସୀମା ବିବାଦ ଦେଖାଦେଇ ପାରେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି ।
ପୁଷ୍ୟା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।
ଅଶ୍ଲେଷା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ସିଂହ
ମଘା – ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।
ପୂ , ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ୟ୍ୟ ହେବେ ।
ଉ ,ଫାଲଗୁନୀ – ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।
ହସ୍ତା- ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । ଯାତ୍ରା ସମୟରେ ଦୁର୍ଘଟଣା ଗସ୍ତ ହୋଇପାରନ୍ତି ।
ଚିତ୍ରା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ହେିବ । ସ୍ଥଗିତ କାମକୁ ପୁରା ଦମରେ କରିବା ପାଇଁ ନିଷ୍ପତି ନେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା -
ଚିତ୍ରା – ଦୁର୍ଘଟଣାଦି ମନରେ ଭୟ ରହିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ ।
ସ୍ୱାତୀ – କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ଶିକ୍ଷା କ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥି ମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।
ବିଶାଖା – ଖେଳାଳି ମାନେ ପରିଶ୍ରମ କରି କୃତିତ୍ୱ ହାସଲ କରିବେ । ଆୟନୀର ଆଶ୍ରୟ ନେଇ ପାରନ୍ତି । ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ବିଭିନ୍ନ ଦିଗରୁ ଆଶାତୀତ ଫଳ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ବିଶାଖା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର୍ୟ୍ୟ ଠିକ୍ ଭାବରେ କରି ପାରିବେ ନାହିଁ ।
ଅନୁରାଧା- କର୍ମ କ୍ଷେତ୍ରରେ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇପାରନ୍ତି । ଛାତ୍ରଛାତ୍ରିଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।
ଜ୍ୟେଷ୍ଠା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ ।ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ
ମୂଳା – ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ । ଅନେକ ସମସ୍ୟାର ସମାଧାନ ହୋଇଯିବ । ବଜାରରେ ଦୃତ ପରିବର୍ତନ ସହ ବ୍ୟବସାୟୀ ମାନେ ଆଗକୁ ଆଗେଇବେ ।
ପୂ , ଷାଢା – କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଶିକ୍ଷାର୍ଥୀ ମାନେ ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ବୈାଜ୍ଞାନିକ ମାନେ ନୂତନ ତଥ୍ୟ ହାସଲରେ ଚେଷ୍ଟିତ ରହିବେ ।
ଉ , ଷାଢା – କୋର୍ଟର ନିଷ୍ପତି ଆପଣଙ୍କ ପକ୍ଷରେ ହେବ । ମହିଳା ମାନଙ୍କର ଦିନଟି ଶୁଭ ରହିବ । ସରକାରୀ କ୍ଷେତ୍ରରେ ସମ୍ମାନ ଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି । ସଙ୍ଗୀତକାର ମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ମକର-
ଉ,ଷାଢା- ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ । ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ ।
ଶ୍ରବଣା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ଧନିଷ୍ଠା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ
ଧନିଷ୍ଠା – ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ଶତଭିଷା – ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ୟ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ପୂ , ଭାଦ୍ରପଦ – ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ସୁସ୍ଥତା ପ୍ରକାଶ ପାଇବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତି କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବାକୁ ଚେଷ୍ଟା କରିବେ ।
ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ ।
ରେବତୀ- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/uploadimage/library/16_9/16_9_0/Horoscope__1731813673-123190.jpg)