Horoscope Photograph: (OTV)
ମେଷ-
ଅଶ୍ୱନୀ- ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । କୌଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ଅସୁବିଦାର ସମ୍ମୁଖୀନ ହୋଇପାରନ୍ତି ।
ଦ୍ୱିଜା-ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
କୃତିକା- ବୃତ୍ତିଗତ ଜୀବନରେ ଉନ୍ନତି ଆଣିବା ପାଇଁ ବଡ ଧରଣର ବିନିଯୋଗ କରିବା ପାଈଁ ଯୋଜନା କରିବେ । ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମ୍ରେ କରିବାପାଇଁ ନିଷ୍ପତ୍ତି ନେବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।
ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
ମୃଗଶିରା – ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ମୃଗଶିରା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।
ଆଦ୍ରା- ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ପୁଷ୍ୟା – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।
ଅଶ୍ଳେଷା - ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ସିଂହ-
ମଘା-ପୁରାତନ ରୋଗରୁ ଉପସମ ମିଳିବ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । କର୍ମ କ୍ଷେତ୍ରରେ ସ୍ଥାନାନ୍ତରର ଯୋଗ ରହିଛି ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ
ଉ,ଫାଲଗୁନି- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା
ଉ , ଫାଲଗୁନୀ – ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ହସ୍ତା – ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଚିତ୍ରା – ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ଚିତ୍ରା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ସ୍ୱାତୀ- କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ
ବିଶାଖା- ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ । ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା
ବିଶାଖା – ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ଅନୁରାଧା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ଜ୍ୟେଷ୍ଠା – ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ମୂଳା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ ।
ପୂ,ଷାଢା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ ।
ଉ,ଷାଢା- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର
ଉ , ଷାଢା - ପୁରାତନ ରୋଗରୁ ଉପଶମ ମିଳିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ ।
ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ଧନିଷ୍ଠା – ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ
ଶତଭିଷା- ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।
ପୂ,ଭାଦ୍ରପଦ- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ
ପୂ , ଭାଦ୍ରପଦ - ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।
ଉ , ଭଦ୍ରପଦ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ ।
ରେବତୀ – ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Horoscope_1642647381.jpg)