/odishatv-khabar/media/media_files/uploadimage/library/16_9/16_9_0/Horoscope_1692329039-564692.jpg)
ମେଷ-
ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
ରୋହିଣୀ- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ମୃଗଶିରା- ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ ପାରନ୍ତି । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ ।
ଆଦ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ପୁନର୍ବସୁ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।
ପୁଷ୍ୟା- ରାଜନିତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।
ଅଶ୍ଲେଷା- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ । ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ ।
ପୂ,ଫାଲଗୁନି- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।
ଉ,ଫାଲଗୁନି- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ,ଫଳଗୁନି- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ , ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।
ହସ୍ତା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।
ଚିତ୍ରା- ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ଚିତ୍ରା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ସ୍ୱାତୀ- ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।
ବିଶାଖା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ବିଶାଖା- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।
ଅନୁରାଧା- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।
ଜ୍ୟେଷ୍ଠା- କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ପ୍ରେମିକ ପ୍ରେମିକା ମାନେ ନିଜ ଜିବନ ସାଥୀ କୁ ନେଇ ଭବିଷ୍ୟତର ସ୍ୱପ୍ନ ଦେଖିବେ ।
ପୂ,ଷାଢା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ଉ,ଷାଢା- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ଉ,ଷାଢା- ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।
ଶ୍ରବଣା- ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।
ଧନିଷ୍ଠା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ୫ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ଶତଭିଷା-ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।
ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଉ,ଭାଦ୍ରପଦ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।
ରେବତୀ-ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ। ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Diwali Smoke Pushes AQI to Dangerous Levels: କଟକଣାକୁ ଫୁ କରି ଢୋ ଢା ଫୁଟାଇ ଚାଲିଲେ ବାଣ, ଦୀପାବଳିରେ ରାଜଧାନୀ ଦିଲ୍ଲୀକୁ ଟପିଗଲା ଟ୍ବିନିସିଟିର AQI

BJP’s Query on Snehangini: ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ମାମୁ ଘର କେଉଁଠି ? ବିଜେପି ବିଧାୟକ ନିହାର ମହାନନ୍ଦଙ୍କ ପ୍ରଶ୍ନ ପରେ ରାଜନୀତି ଜୋର୍

Continuous Rain Forecasted: ସପ୍ତାହେ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗର ୱାର୍ଣ୍ଣିଂ, ପଛକୁ ପଛ ୩ ଲଘୁଚାପ ନେଇ ପାଣିପାଗ ବିଜ୍ଞାନୀଙ୍କ ପୂର୍ବାନୁମାନ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)