/odishatv-khabar/media/media_files/uploadimage/library/16_9/16_9_0/Horoscope_1722650611-276554.jpg)
ମେଷ-
ଅଶ୍ୱନୀ- ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।
ଦ୍ୱିଜା- ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି ।
କୃତିକା- ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।
ରୋହିଣୀ- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ ।
ମୃଗଶିରା- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ରାଜନୀତିରେ ଦଳୀୟ ନେତାଙ୍କ ଠାରୁ ସାବଧାନ୍ ରୁହନ୍ତୁ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ ।
ଆଦ୍ରା- କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ ।
ପୁନର୍ବସୁ- ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପରାୟଣ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର୍ୟ୍ୟ ଠିକ୍ ଭାବରେ କରି ପାରିବେ ନାହିଁ ।
ପୁଷ୍ୟା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାଯ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।
ଅଶ୍ଲେଷା- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ମଘା- ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ ।
ପୂ,ଫାଲଗୁନି- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।
ଉ,ଫାଲଗୁନି- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।
ହସ୍ତା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।
ଚିତ୍ରା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ସ୍ୱାତୀ- ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ୟ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।
ବିଶାଖା- ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।
ଅନୁରାଧା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଜ୍ୟେଷ୍ଠା- ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।
ପୂ,ଷାଢା- ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଉ,ଷାଢା- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ଭାତୃ ସଂପର୍କରେ ଉନ୍ନତି ଘଟିବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ଶ୍ରବଣା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଧନିଷ୍ଠା- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।
ଶତଭିଷା- କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।
ପୂ,ଭାଦ୍ରପଦ- ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ଉ,ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ରେବତୀ- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
Today Panchang 23rd February 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

PM Modi to Visit Israel: ୮ ବର୍ଷ ପରେ ଇସ୍ରାଏଲ୍ ଯିବେ ପ୍ରଧାନମନ୍ତ୍ରୀ: ମୋଦିଙ୍କୁ ବ୍ୟକ୍ତିଗତ ବନ୍ଧୁ କହିଲେ ନେତନ୍ୟାହୁ

Massive SOG Combing Operation Continues: କନ୍ଧମାଳରେ ବଡ଼ ଅପରେସନ, ସୁରକ୍ଷାକର୍ମୀଙ୍କ ତନ୍ନ ତନ୍ନ ଯାଞ୍ଚ

Rain Alert: ଦୀର୍ଘ ମାସ ପରେ ଭିଜିବ ଓଡ଼ିଶା, ପ୍ରବଳ ବର୍ଷା ଆଶଙ୍କା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)