Advertisment

Daily Horoscope 23rd January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟାବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

author-image
Deepak Acharya
Horoscope

Horoscope Photograph: (OTV)

ଜାନୁଆରୀ ୨୩ - ଶୁକ୍ରବାର

ମେଷ-

ଅଶ୍ୱନୀ- ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟାବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ଦ୍ୱିଜା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ    
କୃତିକା- ମାଲିମକଦ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରାତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ ।  ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

Advertisment

ବୃଷ-

କୃତିକା- ଘରେ ଛୋଟିଆ ସମାରୋହର ଅୟୋଜନ କରିପାରନ୍ତି । ପୂର୍ବର ପାରିବାରିକ ମତଭେଦ ଦୂର ହେବ । ବିଦ୍ୟୁତ୍ ବ୍ୟବସାୟୀଙ୍କ ଆମଦାନିରେ ବୃଦ୍ଧି ହେବ ।
ରୋହିଣୀ- ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇପାରିବ । ପ୍ରିୟ ବ୍ୟକ୍ତିଙ୍କ ସହଯୋଗରୁ ମୂଲ୍ୟବାନ୍ ଦ୍ରବ୍ୟ ପାଇପାରନ୍ତି । ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ। 
ମୃଗଶିରା-ଯାନବାହାନ କିଣିବାର ଅବସର ମିଳିବ । ଧର୍ମ କାର୍ଯ୍ୟରେ ଆସ୍ଥା ବଢିବ । ଅଟକି ରହିଥିବା କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତି ନେଇପାରନ୍ତି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ 

ମିଥୁନ-

ମୃଗଶିରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ
ଆଦ୍ରା- ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ
ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ

Advertisment

କର୍କଟ-

ପୁନର୍ବସୁ- ଦେହରେ ଆଘାତ ଲାଗିପାରେ । ପରିବାର ବର୍ଗଙ୍କ ସହ ବାହରକୁ ବୁଲିବା ପାଇଁ ଯୋଜନା କରିବେ । ବ୍ୟବସାୟରେ ଅଧିକ ପରିଶ୍ରମ କରିବାକୁ ପଡିପାରେ
ପୁଷ୍ୟା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହୀ ହେବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ କ୍ରୋଧର ଶିକାର ହୋଇ ପାରନ୍ତି ।
ଅଶ୍ଲେଷା- ଜମିଜମା, ମାଲିମକଦ୍ଦମା, ନିର୍ମାଣ ପ୍ରତିଷ୍ଠାର୍ଜନ କରିବେ। ବିବାଦୀୟ ଘଟଣାରେ ପରିସ୍ଥିତି ସେମିତି କିଛି ଜଟିଳ ହେବନି। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳେ ଦୀପଟିଏ ଜାଳନ୍ତୁ

ସିଂହ-

ମଘା- ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟାହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ
ପୂ,ଫାଲଗୁନି- ପରିବାର ସଦସ୍ୟଙ୍କ ସହିତ ଏକ  ତୀର୍ଥ  ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି
ଉ,ଫାଲଗୁନି- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ

କନ୍ୟା-

ଉ,ଫଳଗୁନି- ପାରିବାରିକ କ୍ଷେତ୍ରକୁ କିଛି ମାତ୍ରାରେ ପ୍ରଭାବିତ କରିବେ। ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି। କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ
ହସ୍ତା- ବିଦ୍ୟାର୍ଥୀମାନେ ପରିକ୍ଷାରେ ସଫଳତା ପଇବେ । ମହିଳା ମାନେ ସ୍ୱାସ୍ଥ୍ୟ ଗତ ସମସ୍ୟାରେ ବ୍ୟତିବ୍ୟସ୍ତ ଦେବେ । ବୈବାହିକ ଜୀବନ ସୁଖରେ କଟିବ ।
ଚିତ୍ରା- ଶିଳ୍ପ, ବ୍ୟବସାୟ, ରାଜନୀତି, ସଭାସମିତି, ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ । ଗୃହ କାମରେ ବ୍ୟସ୍ତ ରହି କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-

ଚିତ୍ରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ ।  ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ
ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ
ବିଶାଖା- ଶତୃକୁ ଶରଣାଗତ କରାଇପାରନ୍ତି ।  ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାଯ୍ୟ କରନ୍ତୁ

ବିଛା-

ବିଶାଖା- ସ୍ୱାସ୍ଥ୍ୟ ବହୁତ ଭଲ ରହିବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ ।
ଅନୁରାଧା-ନୂଆ ପ୍ରକଳ୍ପରେ କାମ କରିବାର ସୁଯୋଗ ମିଳିବ । ବିଶେଷ ବନ୍ଧୁର ସ୍ୱାଗତ ସତ୍କାରରେ ବ୍ୟସ୍ତ ରହିବେ । ଦିନଟି ମହତ୍ୱପୂର୍ଣ୍ଣ କାମ ସାରିବାରେ ବିତିବ । 
ଜ୍ୟେଷ୍ଠା- ଜମି କିଣିବା ଲାଗି ଭାବି ପାରନ୍ତି । ଆର୍ଥିକ ସ୍ଥିରେ ଉନ୍ନତି ହେବ । ମହିଳାମାନେ ଖୁସିରେ ସମୟ ଅତିବାହିତ କରିବେ । ଦେଇଥିବା ଟଙ୍କା ଫେରି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-

ମୂଳା-ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ
ପୂ,ଷାଢା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ  ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ
ଉ,ଷାଢା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-

ଉ,ଷାଢା- ପରିବାରରେ ଲାଗିରହିଥିବା ଅଶାନ୍ତି ଦୂର ହେବ । ଅଫିସ୍‌ରେ ଅଧିକ ସମୟ କାମ କରି ଅସୁସ୍ଥାତା ଅନୁଭବ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।
ଶ୍ରବଣା- ସହକର୍ମୀଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ପାରିବାରିକ, ବ୍ୟବସାୟିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଧନିଷ୍ଠା- ମନରେ ସର୍ବଦା ଭୟ ଓ ଅଶୁଭ ଆଶଙ୍କା ସୃଷ୍ଟି ହେବ । ନୂତନ ଗୃହ କାର‌୍ୟ୍ୟ କରିବାର ସୁଯୋଗ ପାଇବେ । ଗୁରୁଜନମାନେ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –  ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-

ଧନିଷ୍ଠା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ ।
ଶତଭିଷା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ ।  ପରିବାରରେ କିପରି ତିକ୍ତତା ନ ଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି
ପୂ,ଭାଦ୍ରପଦ-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ମୀନ-

ପୂ,ଭାଦ୍ରପଦ-ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ । ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା ନ କରି ସାବଧାନତା ଅବଲମ୍ବନ କରନ୍ତୁ ।
ଉ,ଭାଦ୍ରପଦ- ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଭଲରହିବ ନାହିଁ । ବିଦ୍ୟର୍ଥୀ ମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ । ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ ।
ରେବତୀ- ମହିଳା ମାନଙ୍କ ଭାଗ୍ୟ ଉଜ୍ଜ୍ୱଳ ହେବ । ବିରୋଧିମାନେ ଆପଣଙ୍କ ସମ୍ମୁଖକୁ ଆସିବା ପାଇଁ ଭୟକରିବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Horoscope Daily Horoscope
Advertisment
Related Articles
Advertisment