Advertisment

Daily Horoscope 23rd November 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।

author-image
Deepak Acharya

ମେଷ-
ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।
ଦ୍ୱିଜା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ପରିକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ଲାଭକରିବେ । ଅଫିସ୍ କାର୍ଯ୍ୟରେ ବ୍ୟସ୍ତ ରହିବେ ।  
କୃତିକା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । 
ରୋହିଣୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।
ମୃଗଶିରା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ ।
ଆଦ୍ରା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ପୁନର୍ବସୁ- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାସ୍ତାରେ ଯୀବାବେଳେ ସତର୍କ ରୁହନ୍ତୁ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ ।  ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । 
ପୁଷ୍ୟା- ପରୋକ୍ଷ ଶତୃତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ଅଶ୍ଲେଷା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  
ସିଂହ-
ମଘା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଉ,ଫାଲଗୁନି- ଜମିରେ ନିବେଶ ପାଇଁ ଶୁଭ ରହିବ ।  ଆପଣଙ୍କ ସ୍ୱଭାବ ଆଖପାଖର ବାତାବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।  ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ
ହସ୍ତା- ରାଜନୀତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ଚିତ୍ରା-ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ ।  କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ସାମାନ୍ୟ ମନୋମାଳିନ୍ୟ ଘଟିପାରେ । ପ୍ରିୟଜନଙ୍କ ଠାରୁ ପସନ୍ଦର ଉପହାର ମିଳିବ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ ।
ସ୍ୱାତୀ- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।
ବିଶାଖା- ପଢାପଢିରେ ଆଗେଇ ଚାଲିବେ ଓ ଶାନ୍ତ ରହିବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଅନୁରାଧା- ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
ଜ୍ୟେଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମାଜିକ ସହଯୋଗ ଲାଭ କରିବେ ।
ପୂ,ଷାଢା- ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ଦୀର୍ଘଦିନରୁ ଅଟକି ଥିବା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
ଉ,ଷାଢା- ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ନଚେତ୍ ଭବିଷ୍ୟତରେ ହଇରାଣ ହୋଇପାରନ୍ତି । ବ୍ୟବସାୟ ସଂସ୍ଥାନ ସାଫଲ୍ୟ ଦାୟକ ହେବ । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ । 
ଶ୍ରବଣା- ଆମଦାନି ବଢଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ
ଧନିଷ୍ଠା- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଧନିଷ୍ଠା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଶତଭିଷା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ ।  ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।  ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।
ପୂ,ଭାଦ୍ରପଦ- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ଉ,ଭାଦ୍ରପଦ- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି ।
ରେବତୀ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Advertisment
Horoscope
Advertisment
Related Articles
Advertisment