Advertisment

Daily Horoscope 23rd October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।

author-image
Deepak Acharya
undefined

Horoscope Photograph: (OTV)

ମେଷ-
ଅଶ୍ୱନୀ- ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।
ଦ୍ୱିଜା-ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ  । 
କୃତିକା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।  ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  କିଛି ପଶୁ ,ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ
ରୋହିଣୀ- ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି  ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ମୃଗଶିରା- ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ଆଦ୍ରା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ ।  ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ ।
ପୁନର୍ବସୁ- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା  ପୁଣି ଦେଖା ଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ପୁଷ୍ୟା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ଅଶ୍ଲେଷା- ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ ।  ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ମଘା- ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ପୂ,ଫାଲଗୁନି- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ ।
ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।  ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ 
କନ୍ୟା-
ଉ,ଫଳଗୁନି- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ ।  ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ
ହସ୍ତା- ନୂତନ ବ୍ୟବସାୟ ଆରମ୍ଭ କରିି, ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।
ଚିତ୍ରା- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର‌୍ୟ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି ।
ସ୍ୱାତୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ ।  ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।
ବିଶାଖା- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବିଶାଖା- ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।
ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ  ।
ଜ୍ୟେଷ୍ଠା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି ।  ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ-
ମୂଳା- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ପୂ,ଷାଢା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।
ଉ,ଷାଢା- ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି ।  କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ଉ,ଷାଢା- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ  ।
ଶ୍ରବଣା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଧନିଷ୍ଠା- ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।  ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।
ପୂ,ଭାଦ୍ରପଦ- ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ସଡ  ଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 
ମୀନ-
ପୂ,ଭାଦ୍ରପଦ- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ
ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ ।  ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ । 
ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା  ପାଠ କରନ୍ତୁ

Advertisment
Horoscope
Advertisment
Related Articles
Advertisment