Advertisment

Daily Horoscope 24th December 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣମାଧ୍ୟମରେ ଦୀର୍ଘଦୀନ ଧରି ରହିବେ ।

Advertisment

ମେଷ-
ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣମାଧ୍ୟମରେ ଦୀର୍ଘଦୀନ ଧରି ରହିବେ ।
ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
କୃତିକା- ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ଦୂର ଯାତ୍ରାରେ ସଫଳତା ମିଳିବ ।
ରୋହିଣୀ- ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ର ଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।
ମୃଗଶିରା- ବିବାହ କରିବା ଲାଗି ନିଷ୍ପତି ନେଇ ପାରନ୍ତି । ମନୋରଂଜନ କାର୍ଯ୍ୟରେ ଖର୍ଚ୍ଚ କରିବେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଛାତ୍ରଛାତ୍ରୀ ପରିକ୍ଷାରେ ଭଲ କରିବେ । ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ ।
ଆଦ୍ରା- ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ ।  ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ କରି ଉଚିତ୍ କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ ।
ପୁନର୍ବସୁ- ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
କର୍କଟ-
ପୁନର୍ବସୁ- ଜରୁରୀ କାମରେ ଘର ଲୋକଙ୍କର ସାହାଯ୍ୟ ପାଇବେ । ବିବାହ ପାଇଁ ଲାଗିରହିଥିବା ତାରିଖ ଧାର୍ଯ୍ୟ ହୋଇପାରେ । ଭାବୁଥିବା କାମକୁ ମନପ୍ରାଣ ଦେଇ ପୂରା କରିବେ । ଅଭିଭାବକ ଠାରୁ ଝିଅ ମାନେ ଉପହାର ପାଇ ପାରନ୍ତି ।
ପୁଷ୍ୟା- ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ  ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।
ଅଶ୍ଲେଷା- ଆପଣଙ୍କ ପରାକ୍ରମ ବଢିବ । ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହୋଇପାରେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ମଘା- ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ । ଅନ୍ୟ ମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । 
ପୂ,ଫାଲଗୁନି- କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ମହିଳା ମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।
ଉ,ଫାଲଗୁନି- ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ମାନସିକ ଏକାଗ୍ରତା ରଖି ପାରିବେ ନାହିଁ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟରେ କିଛି ପରିବର୍ତନ ଆସିବ । ପରୋକ୍ଷ ଶତୃତା ଦୈନିକ ଜୀବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ । 
ହସ୍ତା- ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ । ଛାତ୍ରୀଙ୍କୁ  ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସ୍ଥିତି ସୁଦୃଢ ହେବା  ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।
ଚିତ୍ରା- ଗାଡିମଟର ସାବଧାନତା ସହ ଚଲାନ୍ତୁ । ଅସ୍ଥିରତା କାରଣରୁ କାର୍ଯ୍ୟରେ ତୃଟି କରିପାରନ୍ତି । ଲାଭର ଅବସର ହାତଛଡା କରନ୍ତୁ ନାହିଁ । ଭାଗ୍ୟୋନ୍ନତି ଏବଂ ଧର୍ମ କର୍ମରେ ରୁଚି ବଢିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସବୁଜ  ରଙ୍ଗର ପୋଷାକ ବ୍ୟବହାର କରନ୍ତୁ 
ତୁଳା-
ଚିତ୍ରା- କୈାଣସି ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ  ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।
ସ୍ୱାତୀ- ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।  
ବିଶାଖା- ଛାତ୍ରଛାତ୍ରି ମାନେ ଆଶାଜନକ ଫଳ ପାଇ ପାରିବେ ନାହିଁ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ
ବିଛା-
ବିଶାଖା- ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ ।  ପରିବାରରେ ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମ୍ନା କରିବା କଷ୍ଟକର ହୋଇପାରେ ।
ଅନୁରାଧା-ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମ କ୍ଷେତ୍ରରେ ଆପଣଙ୍କ ଉଦାର ସ୍ୱାଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଜ୍ୟେଷ୍ଠା- ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇପାରନ୍ତି । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ମନରେ ନୂଆ ଆଶା ସୃଷ୍ଟି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା  କରିପାରିବେ । ସ୍ୱାସ୍ଥ୍ୟ ସମସ୍ୟା ମାନସିକ ସ୍ଥିତିକୁ ବିଷାଦ ଗ୍ରସ୍ତ କରିପାରେ । ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି।
ପୂ,ଷାଢା- ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହେଯାଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି।
ଉ,ଷାଢା- କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ମକର-
ଉ,ଷାଢା-ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ,ଉଦ୍ଧିଷ୍ଟ କାର୍ଯ୍ୟ ସିଦ୍ଧି ହେବ । ଶତୃମାନେ ପ୍ରତିହତ ହେବେ, ଆୟ କ୍ରମେ ବଢିବ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି ।
ଶ୍ରବଣା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପଭାବିତ କରିବେ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ ।
ଧନିଷ୍ଠା- ଦିନଚର୍ଯ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍‌ ।
ଶତଭିଷା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ପୂ,ଭାଦ୍ରପଦ- ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂତନ କର୍ମ କରିବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ ।
ଉ,ଭାଦ୍ରପଦ- ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।
ରେବତୀ- ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧୀକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି । ଆପଣଙ୍କ ପାଖକୁ ନୂଆ ଦାୟିତ୍ୱ ଆସିପାରେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment
Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ