Advertisment

Daily Horoscope 24th November 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।

author-image
Deepak Acharya
undefined

ମେଷ-
ଅଶ୍ୱନୀ- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଦ୍ୱିଜା-- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।    
କୃତିକା- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।  ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ- 
କୃତିକା- ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ ।
ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଈଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।
ମୃଗଶିରା- ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ 
ମିଥୁନ-
ମୃଗଶିରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । 
ଆଦ୍ରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ପୁନର୍ବସୁ-ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
କର୍କଟ-
ପୁନର୍ବସୁ- ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । 
ପୁଷ୍ୟା- କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ ।
ଅଶ୍ଲେଷା- ଜମିଜମା କାରବାରରେ ଠକାମୀରେ ପଡିବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ସିଂହ-
ମଘା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ପୂ,ଫାଲଗୁନି- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡିପାରେ । 
ଉ,ଫାଲଗୁନି- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ ।
ହସ୍ତା- ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।
ଚିତ୍ରା- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା, ପଇସା ଧାର କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର  ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । 
ସ୍ୱାତୀ- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ବିଶାଖା- ଅଭାବି  ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ବିଛା-
ବିଶାଖା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । 
ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଫିସରେ ଲାଗି ରହିଥିବା ଅଶାନ୍ତିର ସମାପ୍ତି ହେବ । 
ଜ୍ୟେଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ ।  ଛାତ୍ରଛାତ୍ରୀ ମାନେ ଖେଳକୁଦରେ ରୁଚି ବଢାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ
ଧନୁ-
ମୂଳା-ପରିକ୍ଷାରେ କୃତକାର୍ଯ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ ।
ପୂ,ଷାଢା- ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।
ଉ,ଷାଢା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି, ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । 
ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ ।
ଧନିଷ୍ଠା- କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର  ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ ।
ଶତଭିଷା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ପୂ,ଭାଦ୍ରପଦ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ 
ମୀନ-
ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । 
ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ ।  
ରେବତୀ- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Advertisment
Horoscope
Advertisment
Related Articles
Advertisment