/odishatv-khabar/media/media_files/uploadimage/library/16_9/16_9_0/Horoscope__1699593984-550765.jpg)
Horoscope Photograph: (OTV)
ମେଷ-
ଅଶ୍ୱନୀ- ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ରେ ଯୋଗଦେବେ । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ ।
ଦ୍ୱିଜା-ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କୃତିକା-ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଈଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – କୈାଣସି ଛୋଟା ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ
ବୃଷ-
କୃତିକା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ ।
ରୋହିଣୀ- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ôଥ ପଢାରେ ତୃଟି କରିପାରନ୍ତି
ମୃଗଶିରା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ପରିବାରର ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ ।ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ପୁରାତନ ରୋଗରୁ ଉପସମ ପାଇବେ ।
ଆଦ୍ରା- ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ । ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ରାଜନୀତିରେ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।
ପୁନର୍ବସୁ- ମହିଳା ମାନେ ସ୍ୱାବଲମ୍ବୀ ହେବେ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ସୁଧାର ଆସିବ । ନିଜର ଜମିବାଡି ବିକ୍ରୟ କରି ପାଇଥିବା ଅର୍ଥକୁ ଅନ୍ୟ କୌଣସି ସଂସ୍ଥାରେ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ପୁଷ୍ୟା- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ଅଶ୍ଲେଷା- କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଜମି-ବାଡି ଭାଗ-ଭାଗ କରି ପାରନ୍ତି । ମହିଳା ମାନେ ଚିନ୍ତାଗ୍ରସ୍ତ ଥିଲେ ମଧ୍ୟ ସହନଶୀଳତା ଭାବ ଜାଗ୍ରତ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ
ସିଂହ-
ମଘା- ଘରେ ଅନେକ ସମୟରେ ଅଶନ୍ତି ଲାଗିରହିବ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଘଟିବ । ଚାଲୁ ରହିଥିବା କୌଣସି ବ୍ୟବସାୟକୁ ବନ୍ଦ କରିବାକୁ ଚେଷ୍ଟା କରିବେ । ପିଲାମାନଙ୍କର ଅବାଧ୍ୟତା ଆପଣଙ୍କୁ ବ୍ୟଥିତ କରିବ ।
ପୂ,ଫାଲଗୁନି- ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ ।
ଉ,ଫାଲଗୁନି-ଆଧ୍ୟାତ୍ମିକ ଦିଗ ରେ ଅଧିକ ସମୟ ମନୋନିବେଷ କରିବେ । ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କିଛି ମୂଲ୍ୟବାନ ଅଳଙ୍କାର କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ହସ୍ତା- ରାଜନୀତି କର୍ମୀ ମାନେ କୈାଣସି ସଭାରେ ଯୋଗ ଦେବେ । ଅବିବାହିତଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ । ବିଦ୍ୟାର୍ଥୀ ମାନେ ହତୋତ୍ସାହ ହେବେ ।
ଚିତ୍ରା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା-ଧନର ଆଗମନ ହୋଇପାରେ । କୌଣସି ନୂତନ ବ୍ୟବସାୟ କରିବାକୁ ଚାହୁଁଥିଲେ ସେଥିରେ ବିଜୟ ହେବେ । ନୂତନ କର୍ମ ଅରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ।
ସ୍ୱାତୀ-ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ଅଫିସିଆଲି କାମ ସହଜ ଓ ସୁବିଧାରେ ହେବ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହି ଛି
ବିଶାଖା-ଯାନବାହାନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ବିଶାଖା- ନେତ୍ର ଜନିତ ସମସ୍ୟା ଅନୁଭବ କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ଅନୁରାଧା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।
ଜ୍ୟେଷ୍ଠା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା-ପରିବାର ସହିତ ମିଶି ଅନେକ ସମୟ ଆନନ୍ଦରେ କଟାଇପାରନ୍ତି । ବ୍ୟବସାୟୀ ମାନେ କିଛି ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ଗଣ୍ଠି ଜନିତ ସମସ୍ୟା ଗୁରୁତ୍ୱର ହୋଇପାରେ ।
ପୂ,ଷାଢା- ରାଜନୀତିରେ ପ୍ରତିଯୋଗିତା ଅଧିକ ସଂଘର୍ଷ ପୂର୍ଣ୍ଣ ହେବ । ବାଲ୍ୟ ବନ୍ଧୁଙ୍କ ସହିତ ଦେଖା ହୋଇ ଅଧିକ ଖୁସି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସାମାନ୍ୟ ଉନ୍ନତି ରହିଛି ।
ଉ,ଷାଢା- ସାମାଜିକ ସ୍ତରରେ ଜନମଙ୍ଗଳ କାର୍ୟ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାର୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଶ୍ରବଣା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର୍ୟ୍ୟ ସହଯୋଗ ମିଳିବ ।
ଧନିଷ୍ଠା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ।
ଶତଭିଷା- ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ପୁରୁଣା ବନ୍ଧୁଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ । ନିଜର ମନ ପସନ୍ଦର ଖାଦ୍ୟ ଖାଇବେ ।
ପୂ,ଭାଦ୍ରପଦ- ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ । କ୍ରିଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ଉ,ଭାଦ୍ରପଦ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।
ରେବତୀ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Today Panchang 25th February 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Ranchi Air Ambulance Crash: ରାଞ୍ଚି-ଦିଲ୍ଲୀ ଏୟାର ଆମ୍ବୁଲାନ୍ସ କ୍ରାସ୍; ଦୁର୍ଘଟଣାରେ ଜଣେ ରୋଗୀଙ୍କ ସମେତ ୭ ଜଣଙ୍କ ମୃତ୍ୟୁ

Seven Death in One Year Linked To Ama Bus: ବର୍ଷକରେ ୭ ମୁଣ୍ଡ ନେଲାଣି ‘ଆମ ବସ୍’; କେଉଁଠି ଜୀବନ ନେଉଛି, କାହାକୁ ପଙ୍ଗୁ କରୁଛି

Farmer Issues Rock Odisha Assembly: ଚାଷ ଓ ଚାଷୀ ସମସ୍ୟାକୁ ନେଇ ତେଜିଲା ରାଜନୀତି; ରାସ୍ତାକୁ ଓହ୍ଲାଇ ଗର୍ଜିଲା ବିଜେଡି

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)